ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅବଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବରେ ସେ ଦେଶର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ଏବଂ ଭାରତ-ବାଂଲାଦେଶ ସମ୍ପର୍କକୁ ମଜବୁତ କରିଥିଲେ।
ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ‘ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ BNP ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ତାଙ୍କ ପରିବାର ଏବଂ ବାଂଲାଦେଶର ସମସ୍ତ ଲୋକଙ୍କ ପ୍ରତି ଆମର ଗଭୀର ସମବେଦନା। ଭଗବାନ ତାଙ୍କ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ।’ ପ୍ରଧାନମନ୍ତ୍ରୀ ମୋଦି ଆହୁରି କହିଛନ୍ତି, ‘ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବରେ, ବାଂଲାଦେଶର ବିକାଶ ଏବଂ ଭାରତ-ବାଂଲାଦେଶ ସମ୍ପର୍କରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ସର୍ବଦା ମନେ ରହିବ। ମୁଁ ୨୦୧୫ରେ ଢାକାରେ ତାଙ୍କ ସହିତ ମୋର ଉଷ୍ମ ସାକ୍ଷାତକୁ ମନେ ପକାଉଛି। ଆମେ ଆଶା କରୁଛୁ ଯେ ତାଙ୍କର ଦୃଷ୍ଟିକୋଣ ଏବଂ ଐତିହ୍ୟ ଆମର ସହଭାଗୀତାକୁ ମାର୍ଗଦର୍ଶନ କରିବ। ତାଙ୍କ ଆତ୍ମାକୁ ଶାନ୍ତି ମିଳୁ।’
ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଖାଲେଦା ଜିଆ ସକାଳ ପ୍ରାୟ ୬ ଟାରେ ଢାକାର ଏଭରକେୟାର ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଗୋଟିଏ ମାସରୁ ଅଧିକ ସମୟ ଧରି ସେଠାରେ ଚିକିତ୍ସାଧୀନ ଥିଲେ। ଦଳର ନେତା ଏବଂ ସମର୍ଥକମାନେ ତାଙ୍କ ମୃତ୍ୟୁରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ତାଙ୍କୁ ବାଂଲାଦେଶର ଆଧୁନିକ ରାଜନୈତିକ ଇତିହାସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଜଣେ ପ୍ରମୁଖ ରାଜନୈତିକ ବ୍ୟକ୍ତିତ୍ୱ ଭାବରେ ମନେ ରଖିଛନ୍ତି। ’ଆମେ ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରୁଛୁ ଏବଂ ସମସ୍ତଙ୍କୁ ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରିବାକୁ ଅନୁରୋଧ କରୁଛୁ,’ ବୋଲି ଦଳ କହିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri