Posted inଜାତୀୟ

ପୁଣି ଥରେ ବିଶ୍ୱର ଲୋକପ୍ରିୟ ନେତା ହେଲେ ମୋଦି, ବାଇଡେନ-ସୁନକଙ୍କ ସମେତ ୨୨ ଲିଡର୍‌ଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ,୩।୨: ଅନ୍ତର୍ଜାତୀୟସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଭାବ ଜାରି ରହିଛି। ସେ ପୁଣି ଥରେ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ଏହି ଦୌଡ଼ରେ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସମେତ ୨୨ ବିଶ୍ୱନେତାଙ୍କୁ ପଛରେ ପକାଇ ନମ୍ବର-୧ ନେତା ପାଲଟିଛନ୍ତି। ମର୍ନିଂ କନ୍ସଲ୍ଟ ଦ୍ୱାରା ଏହି ସର୍ଭେ କରାଯାଇଛି।

ମର୍ନିଂ କନ୍ସଲ୍ଟର ୱେବସାଇଟରେ ପ୍ରକାଶିତ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୮% ଗ୍ଲୋବାଲ ଲିଡର ଆପ୍ରୁଭାଲ ରେଟିଂ (ବିଶ୍ୱସ୍ତରୀୟ ନେତାଙ୍କ ଅନୁମୋଦନ ମୂଲ୍ୟାୟନ) ସହ ଶୀର୍ଷରେ ରହିଛନ୍ତି। ସର୍ବଶେଷ ମୂଲ୍ୟାୟନ ଅନୁଯାୟୀ, ଲୋକପ୍ରିୟତା ଦୃଷ୍ଟିରୁ ମୋଦି ୨୨ ଟି ଦେଶର ବିଶ୍ୱ ନେତାଙ୍କୁ ପଛରେ ପକାଇ ଦେଇଛନ୍ତି। ଏହି ନେତାମାନଙ୍କ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ପ୍ରମୁଖ ଅଛନ୍ତି। ପିଏମ ମୋଦିଙ୍କ ପରେ ମେକ୍ସିକୋର ରାଷ୍ଟ୍ରପତି ଲୋପେଜ ଓବ୍ରାଡୋର ଦ୍ୱିତୀୟ ସ୍ଥାନରେ ଅଛନ୍ତି। ତାଙ୍କର ଆପ୍ରୁଭାଲ ରେଟିଂ(ଅନୁମୋଦନ ମୂଲ୍ୟାୟନ) ୬୮ ପ୍ରତିଶତ ରହିଛି।

ସର୍ଭେ କିପରି କରାଯାଏ?
ମର୍ନିଂ କନ୍ସଲ୍ଟିଂ ୨୬ ଜାନୁୟାରୀରୁ ୩୧ ଜାନୁୟାରୀ ମଧ୍ୟରେ ଏହି ସର୍ଭେ କରିଛି। ଏଥିପାଇଁ ମର୍ନିଂ କନ୍ସଲ୍ଟ ଦୈନିକ ୨୦,୦୦୦ ରୁ ଅଧିକ ବିଶ୍ୱସ୍ତରୀୟ ସାକ୍ଷାତକାର ପରିଚାଳନା କରେ। ସାକ୍ଷାତକାରରେ ପ୍ରାପ୍ତ ଉତ୍ତରଗୁଡିକ ଉପରେ ଆଧାର କରି, ବିଶ୍ୱ ନେତାଙ୍କ ବିଷୟରେ ତଥ୍ୟ ପ୍ରସ୍ତୁତ କରାଯାଇଥାଏ।

global leader


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri