Posted inଜାତୀୟ

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ ପୋଷଣ କରିଛି ବିରୋଧୀ ଦଳ। ଶିବସେନା (ୟୁବିଟି) ନେତ୍ରୀ ପ୍ରିୟଙ୍କା ଚତୁର୍ବେଦୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନକୁ କଡ଼ା ସମାଲୋଚନା କରିଛନ୍ତି।

ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ପ୍ରତିକ୍ରିୟା ରଖି ପ୍ରିୟଙ୍କା ଚତୁର୍ବେଦୀ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ ସ୍କାଇରୁଟ (Skyroot)ର ୨୮ ବର୍ଷୀୟ ଯୁବକମାନଙ୍କ ସଫଳତା ବିଷୟରେ ଉଲ୍ଲେଖ କଲେ, ଯାହାକୁ ସାରା ବିଶ୍ୱ ପ୍ରଶଂସା କରୁଛି। କିନ୍ତୁ, ସେହି NEET-UG ପେପର ଲିକ୍‌ ଯୋଗୁ ପ୍ରଭାବିତ ହୋଇଥିବା ଛାତ୍ରୀଛାତ୍ରଙ୍କ ବିଷୟରେ ଗୋଟିଏ ବି ଶବ୍ଦ କହିଲେ ନାହିଁ, ଯେଉଁମାନଙ୍କ ଭବିଷ୍ୟତ ଏବେ ଅନ୍ଧକାରରେ।

ପ୍ରିୟଙ୍କା ଚତୁର୍ବେଦୀ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି, “ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହେଉଥିବା ସତ୍ତ୍ୱେ ସରକାର କାହିଁକି ତାଙ୍କୁ ଲଗାତାର ସୁରକ୍ଷା ଦେଉଛନ୍ତି?” ସେ ବ୍ୟଙ୍ଗାତ୍ମକ ଭାବେ କହିଛନ୍ତି ଯେ, ଧର୍ମେନ୍ଦ୍ର ପ୍ରଧାନ କ’ଣ ପ୍ରଧାନମନ୍ତ୍ରୀଙ୍କ ମନ୍ତ୍ରିମଣ୍ଡଳର ଏପରି ‘ଖାସ୍‌ ରତ୍ନ’ ପାଲଟି ଯାଇଛନ୍ତି? ଯାହାଙ୍କୁ ଯେକୌଣସି ପରିସ୍ଥିତିରେ ହେଉ ବଞ୍ଚାଇବାକୁ ପଡ଼ିବ?

NEET-UG ପେପର ଲିକ୍‌ ମାମଲାରେ ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିକୁ ନେଇ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବାରେ ଲାଗିଛନ୍ତି। ସଂସଦ ଅଧିବେଶନ ଆରମ୍ଭ ହେବା ମାତ୍ରେ ଏହି ପ୍ରସଙ୍ଗ ଏବେ ରାଜନୈତିକ ବୟାନବାଜିକୁ ଅଧିକ ତୀବ୍ର କରିଛି। ଆଗାମୀ ଦିନରେ ଏହା ସଂସଦ ଭିତରେ ଓ ବାହାରେ ଏକ ବଡ଼ ବିବାଦର ରୂପ ନେବ ବୋଲି ଆଶଙ୍କା କରାଯାଉଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri