Posted inଜାତୀୟ

ମନ୍ତ୍ରୀଙ୍କୁ ମୋଦିଙ୍କ ନିର୍ଦ୍ଦେଶ: ବଜେଟର ହେଉ ପୂର୍ଣ୍ଣ ବ୍ୟବହାର, ଟିମ ଭଳି କାମ କର, ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁ ଯୋଜନା

ନୂଆଦିଲ୍ଲୀ,୨୮ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ଟିମ୍ ବା ଦଳୀୟ ଭାବନାର ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି । ସେ ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସେମାନେ ଏକ ଟିମ୍ ଭଳି କାର୍ଯ୍ୟ କରନ୍ତୁ । ଏହାସହ ପରସ୍ପର ପରସ୍ପର ମନ୍ତ୍ରଣାଳୟ ସମ୍ପର୍କରେ ସୂଚନା ରଖନ୍ତୁ । ଏହା ବ୍ୟତୀତ ସମସ୍ତ ମନ୍ତ୍ରୀ ଆବଣ୍ଟିତ ବଜେଟର ସମ୍ପୂର୍ଣ୍ଣ ଉପଯୋଗ କରନ୍ତୁ । ଏହାସହ ପ୍ରକୃତ ହିତାଧିକାରୀଙ୍କ ନିକଟରେ ସମସ୍ତ ଯୋଜନା ପହଞ୍ଚୁ । ପ୍ରଧାନମନ୍ତ୍ରୀ ମୋଦି ନିର୍ଦ୍ଦେଶ ଦେଇଛନ୍ତି, ପ୍ରତି ୬ ସପ୍ତାହରେ ସମସ୍ତ ମନ୍ତ୍ରୀ ପରସ୍ପରକୁ ସାକ୍ଷାତ୍ କରନ୍ତୁ ଫଳରେ ସମସ୍ତଙ୍କ ମଧ୍ୟରେ ସମନ୍ୱୟ ବଜାୟ ରହିବ ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିଳମ୍ବିତ ସନ୍ଧ୍ୟାରେ ତାଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କ ସହ ଏକ ମାରାଥନ ବୈଠକରେ ଯୋଗ ଦେଇଥିଲେ । ପ୍ର୍ରାୟ ସାଢେ ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ସେ ପୂର୍ବପରି ଯେମିତି ତାଙ୍କ ମନ୍ତ୍ରିମଣ୍ଡଳର ସହଯୋଗୀଙ୍କ ସହ ବିଚାର ବିମର୍ଶ କରନ୍ତି ସେମିତି ବିଚାର ବିମର୍ଶ କରିଥିଲେ । ଉତ୍ତର ପ୍ରଦେଶ ସମେତ ୪ ରାଜ୍ୟର ବିଧାନସଭା ନିର୍ବାଚନରେ ବିଜୟୀ ହେବା ପରେ ମନ୍ତ୍ରୀମାନଙ୍କ ସହ ମୋଦିଙ୍କର ଏହା ପ୍ରଥମ ବୈଠକ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri