Posted inଜାତୀୟ

ଭାଜପା ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ଚେହେରା ଦେବାର ରାଜନୈତିକ ଷ୍ଟ୍ରାଟେଜି କ’ଣ? ଉତ୍ତର ଦେଲେ ମୋଦି

ନୂଆଦିଲ୍ଲୀ,୨୯।୧୨: ନିକଟରେ ୩ରାଜ୍ୟରେ ନିର୍ବାଚନ ଜିତି ସେଠାରେ ନୂଆ ଚେହାରଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ସୁଯୋଗ ଦେଇ ଭାଜପା ରାଜେନୈତିକ ବିଶେଷଜ୍ଞଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ତେବେ ଯେବେ ଠୁ ମୋଦି ସରକାର କେନ୍ଦ୍ରରେ କ୍ଷମତାସୀନ ହୋଇଛନ୍ତି ଭାଜପା ରାଜ୍ୟରେ ଏହିଭଳି ନୂଆ ଚେହେରାଙ୍କୁ ଏହିପରି ସୁଯୋଗ ଦିଆଯାଇଛି।

ତେବେ ଏନେଇ ଇଣ୍ଡିଆ ଟୁଡେକୁ ସାକ୍ଷାତକାର ଦେଇ ପ୍ରଧାନମନ୍ତ୍ରୀ ମୋଦି ଭାଜପାର ଏହି ନୂଆ ଷ୍ଟ୍ରାଟେଜି ଉପରେ ଖୁଲାସା କରିଛନ୍ତି। ସେ କହିଛନ୍ତି, ଏହା କୌଣସି ନୂଆ ଟ୍ରେଣ୍ଡ ନୁହେଁ। ଯେତେବେଳେ ଗୁଜୁରାଟରେ ମୁଖ୍ୟମନ୍ତ୍ରୀ କମାଣ ସମ୍ଭାଳିଥିଲି, ମୋର ମଧ୍ୟ କୌଣସି ପ୍ରଶାସନିକ ଅନୁଭବ ନ ଥିଲା। ଆପଣଙ୍କୁ ଏସବୁ ନୂଆ ଟ୍ରେଣ୍ଡ ପରି ଦେଖାଯାଉଛି। କାରଣ ଅନ୍ୟସବୁ ପାର୍ଟି ପରିବାବାଦ ଅଟନ୍ତି।

ପିଏମ ମୋଦି ପରିବାରବାଦ ପାର୍ଟି ଉପରେ ଉଲ୍ଲେଖ କରି ଆହୁରି କହିଛନ୍ତି, ପରିବାରବାଦ ପାର୍ଟିଙ୍କୁ ଏପରି ଲୋକତାନ୍ତ୍ରିକ ସରକାର କଠିନ ଲାଗିଥାଏ। ଭାଜପା ନେତୃତ୍ୱଧିନ ସରକାର ବହୁ ନୂଆ ପିଢିଙ୍କୁ ସୁଯୋଗ ଦେବାର କ୍ଷମତା ରଖିଛି। ଆମର କାଡର ଆଧାରିତ ପାର୍ଟି ଅଟେ ଯାହା ସ୍ପଷ୍ଟ ମିଶନ ନେଇ ମଇଦାନକୁ ଓହ୍ଲାଇ ଥାଏ।

ଲୋକତାନ୍ତ୍ରିକ ସରକାରରେ ନୂଆ ପିଢିଙ୍କୁ ସୁଯୋଗ ଦେବା ନିହାତି ଆବଶ୍ୟକ। ଗୁଜୁରାଟ ମନ୍ତ୍ରିମଣ୍ଡଳରେ ଆମେ ସବୁ ନୂଆ ଚେହେରାଙ୍କୁ ସୁଯୋଗ ଦେଇଛୁ। ସେହିପରି ଦିଲ୍ଲୀର ପୌର ନିର୍ବାଚନରେ ଆମେ ନୂଆ ଚେହେରାଙ୍କୁ ସୁଯୋଗ ଦେଇଛୁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri