Posted inଜାତୀୟ

ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ସବୁଜ ପତାକା ଦେଖାଇଲେ ମୋଦି: ମମତା କହିଲେ, ମା’ଠୁ ବଡ଼ ଆଉ କିଛି ନୁହେଁ

କୋଲକାତା,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗକୁ ୭୮୦୦କୋଟି ଟଙ୍କାର ଏକ ପ୍ରକଳ୍ପ ଭେଟି ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୋଦି ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ସବୁଜ ପତାକା ଦେଖାଇଛନ୍ତି। ଏହି ଟ୍ରେନ୍‌ ହାଓ୍ବଡାରୁ ନ୍ୟୁ ଜଲପାଇଗୁଡ଼ିକୁ ସଂଯୋଗ କରିବ। ମୋଦିଙ୍କ ପାଇଁ ଆଜିର ଦିନ ବହୁ ଦୁଃଖଦ ରହିଛି। କାରଣ ଶୁକ୍ରବାର ଅହମ୍ମଦାବାଦରେ ତାଙ୍କ ମା’ ହୀରା ବା’ଙ୍କ ନିଧନ ଘଟିଛି। ପ୍ରଧାନମନ୍ତ୍ରୀ ଗାନ୍ଧୀନଗରରେ ପହଞ୍ଚି ମା’ଙ୍କୁ ମୁଖାଗ୍ନି ଦେଇଥିଲେ। ଏହାପରେ ସେ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଅନ୍ୟପଟେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମିଲ ହୋଇ ହୀରା ବା’ଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ଏଥିସହ ସେ କହିଛନ୍ତି, ଏହି ଦୁଃଖଦ ସମୟରେ ଆମେ ସମସ୍ତେ ଆପଣଙ୍କ ସହ ରହିଛୁ। ମା’ଙ୍କଠୁ ବଡ଼ ଆଉ କିଛି ନୁହେଁ ବୋଲି କହି ମମତା ମୋଦିଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ସେ ଏହି କାର୍ଯ୍ୟକ୍ରମକୁ ଛୋଟ କରିବା ପାଇଁ ମୋଦିଙ୍କୁ ନିବେଦନ କରିଛନ୍ତି। କାରଣ ଆଜି ମୋଦିଙ୍କ ପାଇଁ ଏକ ଦୁଃଖଦ ଦିନ ରହିଥିବା ବେଳେ କିଛି ସମୟ ପୂର୍ବରୁ ସେ ତାଙ୍କ ମା’ଙ୍କ ଅନ୍ତିମ ସଂସ୍କାରରୁ ଫେରିଥିଲେ। ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ଶୁକ୍ରବାର ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ମା’ଙ୍କ ନିଧନ ଘଟିବାରୁ ଭର୍ଚୁଆଲ ମାଧ୍ୟମରେ ସେ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ହୃଦୟରୁ ସାମିଲ ହେବା ପାଇଁ ମମତା ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଭଗବାନ ପ୍ରଧାନମନ୍ତ୍ରୀଙ୍କୁ ଧର୍ଯ୍ୟ, ସହିବା ଶକ୍ତି ପ୍ରଦାନ କରନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri