Posted inଜାତୀୟ

୫ମ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ପତାକା ଦେଖାଇ ଶୁଭାରମ୍ଭ କଲେ ମୋଦି

ବେଙ୍ଗାଲୁରୁ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଓ ହିମାଚଳ ପ୍ରଦେଶର ନିର୍ବାଚନ ଗସ୍ତ ପରେ ଏବେ ଦକ୍ଷିଣ ଭାରତ ଯାତ୍ରାରେ ଅଛନ୍ତି। ଇତିମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ଥାଓ୍ବରଚନ୍ଦ ଗେହଲଟ, ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଓ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ପହଞ୍ଚିଥିଲେ। ସ୍ବାଗତ କାର୍ଯ୍ୟକ୍ରମ ପରେ ମୋଦି କବି କନକ ଦାସ ଓ ମହର୍ଷି ବାଲ୍ମିକିଙ୍କ ପ୍ରତିମାରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ବେଙ୍ଗାଲୁରୁର କେଏସ୍‌ଆର ରେଲଓ୍ବେ ଷ୍ଟେସନରେ ୫ମ ଥର ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଭାରତ ଗୌରବ କାଶୀ ଦର୍ଶନ ଟ୍ରେନ୍‌କୁ ମୋଦି ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ମୈସୁରରୁ ଚେନ୍ନାଇ ପର୍ଯ୍ୟନ୍ତ ଯିବାକୁ ଥିବା ବନ୍ଦେ ଭାରତ ଟ୍ରେନ ଦକ୍ଷିଣ ଭାରତର ପ୍ରଥମ ସେମି-ହାଇ ସ୍ପିଡ ଟ୍ରେନ୍‌। ଏହି ଟ୍ରେନ୍‌ ଘଣ୍ଟା ପ୍ରତି ୧୬୦ କିଲୋମିଟର ବେଗରେ ଚାଲିପାରିବ। ଚେନ୍ନାଇରୁ ବେଙ୍ଗାଲୁରୁ ଯାତ୍ରାକୁ ମାତ୍ର ୩ଘଣ୍ଟା ମଧ୍ୟରେ ଶେଷ କରିବାର କ୍ଷମତା ଏହି ଟ୍ରେନର ରହିଛି ବୋଲି ରେଳ ଅଧିକାରୀ କହିଛନ୍ତି। ବନ୍ଦେ ଭାରତ ଟ୍ରେନ୍‌ରେ ଇଣ୍ଟଲିଜେଣ୍ଟ ବ୍ରେକିଂ ସିଷ୍ଟମ ଲଗାଇଛି। ଯାହା ଦ୍ୱାରା ଟ୍ରେନର ଗତି ଭଲ ଭାବରେ ନିୟନ୍ତ୍ରିତ ହୋଇପାରିବ। ଏଥିସହ ସମସ୍ତ ବଗିରେ ସ୍ବୟଂଚାଳିତ କବାଟ, ଭିଜୁଆଲ ସୂଚନା ବ୍ୟବସ୍ଥା, ୱାଇ-ଫାଇ ସିଷ୍ଟମ ଏବଂ ଆରାମଦାୟକ ସିଟ୍‌ ସୁବିଧା ରହିଛି। ଆଉ କିଛି ସମୟ ପରେ ମୋଦି କେମ୍ପେଗୋଡା ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୨ର ଉଦ୍‌ଘାଟନ କରିବେ। ଏହି ବିମାନବନ୍ଦରକୁ ପ୍ରାୟ ୫ହଜାର କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ବେଳେ ଏହାର କ୍ଷମତା ପ୍ରାୟ ୨.୫ ଲକ୍ଷ ବର୍ଗ ମିଟର ଅଞ୍ଚଳରେ ବ୍ୟାପିଛି। ଏହି ଟର୍ମିନାଲର ଗେଟ୍‌ ଲାଉଞ୍ଜରେ ୫,୯୩୨ଯାତ୍ରୀଙ୍କ ବସିବାର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri