Posted inଜାତୀୟ

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: : ଆଜି ପବିତ୍ର ଘୋଷଯାତ୍ରା। ଏଥର କରୋନା କଟକଣା ହଟିଥିବାରୁ ପୁଣି ଶ୍ରୀକ୍ଷେତ୍ର ମୁହାଁ ହୋଇଛନ୍ତି ଅଗଣିତ ଭକ୍ତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି,ରଥ ଯାତ୍ରାର ବିଶେଷ ଦିନରେ ଶୁଭେଚ୍ଛା। ପ୍ରଭୁ ଜଗନ୍ନାଥଙ୍କ ନିରନ୍ତର ଆଶୀର୍ବାଦ ପାଇଁ ଆମେ ପ୍ରାର୍ଥନା କରୁଛୁ। ଆମେ ସମସ୍ତେ ଉତ୍ତମ ସ୍ବାସ୍ଥ୍ୟ ଏବଂ ସୁଖରେ ଆଶୀର୍ବାଦ ପ୍ରାପ୍ତ ହେଉ।
ସମ୍ପ୍ରତି ମନ୍‌ କି ବାତ୍‌ ସମୟରେ ମୁଁ ରଥ ଯାତ୍ରା ଏବଂ ଆମ ସଂସ୍କୃତିରେ ଏହି ଯାତ୍ରାର ମହତ୍ତ୍ୱ ବିଷୟରେ ଯାହା କହିଥିଲି ତାହାର ଭିଡିଓ ଶେୟାର କରୁଛି।
ସୂଚନାଯୋଗ୍ୟ, ଚାରିଦିଅଁଙ୍କ ଭୋର ୩ଟାରେ ମଙ୍ଗଳ ଆଳତି ଓ ସାଢେ ୩ଟାରେ ମଇଲମ ନୀତି ଶେଷ ହୋଇଥିଲା। ଏହା ସହିତ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ଶେଷ ହୋଇଥିଲା। ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ପ୍ରାୟ ସାଢେ ୬ଟାରୁ ପହଣ୍ଡି ଆରମ୍ଭ ହୋଇଯାଇଥିଲା। ପ୍ରଥମେ ଗୋଟି ପହଣ୍ଡିରେ ଆସି ଶ୍ରୀ ସୁଦର୍ଶନ ରଥାରୂଢ ହୋଇଥିଲେ। ତାଙ୍କ ପରେ ପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଶେଷ ହୋଇଥିଲା। ଛେରାପହଁରା ନୀତି ଶେଷ ହେବା ପରେ ରଥ ଟଣା କାର୍ଯ୍ୟ ଆରମ୍ଭ ହେବ।

https://twitter.com/narendramodi/status/1542711976589393920


Enter your email to get our daily news in your inbox.

All Right Reserved By Dharitri.Com

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri