Posted inଜାତୀୟ

ପବିତ୍ର ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: : ଆଜି ପବିତ୍ର ଘୋଷଯାତ୍ରା। ଏଥର କରୋନା କଟକଣା ହଟିଥିବାରୁ ପୁଣି ଶ୍ରୀକ୍ଷେତ୍ର ମୁହାଁ ହୋଇଛନ୍ତି ଅଗଣିତ ଭକ୍ତ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି,ରଥ ଯାତ୍ରାର ବିଶେଷ ଦିନରେ ଶୁଭେଚ୍ଛା। ପ୍ରଭୁ ଜଗନ୍ନାଥଙ୍କ ନିରନ୍ତର ଆଶୀର୍ବାଦ ପାଇଁ ଆମେ ପ୍ରାର୍ଥନା କରୁଛୁ। ଆମେ ସମସ୍ତେ ଉତ୍ତମ ସ୍ବାସ୍ଥ୍ୟ ଏବଂ ସୁଖରେ ଆଶୀର୍ବାଦ ପ୍ରାପ୍ତ ହେଉ।
ସମ୍ପ୍ରତି ମନ୍‌ କି ବାତ୍‌ ସମୟରେ ମୁଁ ରଥ ଯାତ୍ରା ଏବଂ ଆମ ସଂସ୍କୃତିରେ ଏହି ଯାତ୍ରାର ମହତ୍ତ୍ୱ ବିଷୟରେ ଯାହା କହିଥିଲି ତାହାର ଭିଡିଓ ଶେୟାର କରୁଛି।
ସୂଚନାଯୋଗ୍ୟ, ଚାରିଦିଅଁଙ୍କ ଭୋର ୩ଟାରେ ମଙ୍ଗଳ ଆଳତି ଓ ସାଢେ ୩ଟାରେ ମଇଲମ ନୀତି ଶେଷ ହୋଇଥିଲା। ଏହା ସହିତ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ଶେଷ ହୋଇଥିଲା। ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ପ୍ରାୟ ସାଢେ ୬ଟାରୁ ପହଣ୍ଡି ଆରମ୍ଭ ହୋଇଯାଇଥିଲା। ପ୍ରଥମେ ଗୋଟି ପହଣ୍ଡିରେ ଆସି ଶ୍ରୀ ସୁଦର୍ଶନ ରଥାରୂଢ ହୋଇଥିଲେ। ତାଙ୍କ ପରେ ପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଶେଷ ହୋଇଥିଲା। ଛେରାପହଁରା ନୀତି ଶେଷ ହେବା ପରେ ରଥ ଟଣା କାର୍ଯ୍ୟ ଆରମ୍ଭ ହେବ।

https://twitter.com/narendramodi/status/1542711976589393920


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri