Posted inଜାତୀୟ

ଦିଲ୍ଲୀରେ ମୋଦିଙ୍କ ମେଗା ରୋଡ୍‌ ଶୋ’

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ସୋମବାର ଏକ ମେଗା ରୋଡ୍‌ ଶୋ’ କରିଛନ୍ତି। ଏହି ରୋଡ୍‌ ଶୋ’ ପଟେଲ ଛକରୁ ବାହାରି ଏନ୍‌ଡିଏମ୍‌ସି ସମ୍ମିଳନୀ କେନ୍ଦ୍ରକୁ ଯାଇଥିଲା। ଏହି ସମୟରେ ରାସ୍ତାରେ ବହୁ ସଂଖ୍ୟାରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା। ଦିଲ୍ଲୀର ଏନ୍‌ଡିଏମ୍‌ସି ସମ୍ମିଳନୀ କେନ୍ଦ୍ରରେ ଭାଜପାର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ଆୟୋଜିତ ହେଉଛି। ରୋଡ ଶୋ’ ପରେ ମୋଦି ବୈଠକ ପାଇଁ ଏନ୍‌ଡିଏମ୍‌ସି ସମ୍ମିଳନୀ କେନ୍ଦ୍ରରେ ପହଞ୍ଚିଥିଲେ।
ଏହି ସଭାରେ ଲୋକସଭା ଏବଂ ବିଧାନସଭାର ଏଜେଣ୍ଡା ସ୍ଥିର ହେବ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଦଳର ବହୁ ବରିଷ୍ଠ ନେତା ଏହି ସଭାରେ ଯୋଗ ଦେବେ। ତେବେ ଗୁଜୁରାଟ ବିଧାନସଭା ନିର୍ବାଚନରେ ଭାଜପା ବିପୁଳ ବିଜୟ ପରେ ଦଳର ଏହା ହେଉଛି ପ୍ରଥମ ବୈଠକ। ଦେଶର ସାମ୍ପ୍ରତିକ ପ୍ରସଙ୍ଗ ଏବଂ ଦଳ ମଧ୍ୟରେ ସାଂଗଠନିକ ପ୍ରସଙ୍ଗ ଉବରେ ବୈଠକରେ ଆଲୋଚନା କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri