Posted inଜାତୀୟ

ବିଧାନସଭା ନିର୍ବାଚନ: ୪ରାଜ୍ୟରେ ୪୦ ଜନସଭା କରିଛନ୍ତି ମୋଦି, ହେଲେ ଥରୁଟେ ଯାଇ ନାହାନ୍ତି ମିଜୋରାମ

ନୂଆଦିଲ୍ଲୀ,୨୮।୧୧: ସରିଛି ୪ରାଜ୍ୟର ବିଧାନସଭା ନିର୍ବାଚନ। ଛତିଶଗଡ, ମିଜୋରାମ, ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ମତଦାନ ସୂଚାରୁ ରୁପେ ସମ୍ପୂର୍ଣ୍ଣ ହୋଇଛି। ଆଉ ବାକି ଅଛି ଗୋଟିଏ ରାଜ୍ୟର ନିର୍ବାଚନ। ନଭେମ୍ବର ୩୦ରେ ତେଲଙ୍ଗାନାରେ ହେବାକୁ ଯାଉଛି ଶେଷ ମତଦାନ। ଡିସେମ୍ବର ୩ରେ ଏକାସାଥିରେ ସବୁ ରାଜ୍ୟର ଫଳାଫଳ ପ୍ରକାଶ ପାଇବ। ଲୋକସଭା ନିର୍ବାଚନ ପୂର୍ବରୁ ବିଧାନସଭା ନିର୍ବାଚନ ପାଇଁ ଅଣ୍ଟା କଷିଥିଲେ ସବୁ ଦଳ। ଖାସ୍‌ କରି ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ ରାଜ୍ୟରେ ପ୍ରଚାର ପାଇଁ ୪୦ଟି ରାଜନୈତିକ ସମାବେଶକୁ ସମ୍ବୋଧିତ କରିଥିବା ଜଣାପଡିଛି। ଏହାରି ଭିତରେ ସେ ଅନେକ ରୋଡ ଶୋ ମଧ୍ୟ କରିଛନ୍ତି। ମଧ୍ୟ ପ୍ରଦେଶରେ ସର୍ବାଧିକ ୧୪ଜନସଭାକୁ ସମ୍ବୋଧିତ କରିଥିବାବେଳେ ପୂର୍ବ-ଉତ୍ତର ରାଜ୍ୟ ମିଜୋରାମରେ ସେ କୌଣସି ନିର୍ବାଚନ କାର୍ଯ୍ୟକ୍ରମରେ ଭାଗ ନେଇ ନାହାନ୍ତି।

ନିର୍ବାଚନ ତାରିଖ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ରାଲି ଛତିଶଗଡରେ କରିଥିଲେ। ଏହାପରେ ସେ ଦୁର୍ଗ, ବିଶ୍ରାମପୁର, ମୁଙ୍ଗେଲୀ ଓ ମହାସମୁଦ୍ରରେ ନିର୍ବାଚନୀ ଜନସଭାକୁ ସମ୍ବୋଧିତ କରିଥିଲେ।
ଏହାପରେ ମଧ୍ୟପ୍ରଦେଶରେ ମୋଦି ମୋଟ ୧୪ ଜନସଭାକୁ ସମ୍ବୋଧିତ କରିବା ସହ ଇନ୍ଦୋରରେ ଗୋଟିଏ ରୋଡ ଶୋ କରିଛନ୍ତି। ସେ ସଭନୀ, ଖଣ୍ଡଭା, ସିଧି, ଦମୋହ ଓ ଗୁଣା ଆଦିରେ ରାଜନୈତିକ ସମାବେଶ କରିଛନ୍ତି।

କଂଗ୍ରେସ ଶାସିତ ରାଜସ୍ଥାନରେ ମୋଦି ୧୨ଟି ନିର୍ବାଚନୀ ସଭାକୁ ସମ୍ବୋଧିତ କରିଛନ୍ତି। ସେହିପରି ତେଲଙ୍ଗାନାରେ ପ୍ରଧାନମନ୍ତ୍ରୀ ମୋଟ ୮ଟି ନିର୍ବାଚନୀ ଜନସଭା ଓ ଗୋଟିଏ ରାଲି କରିଛନ୍ତି।
ତେବେ ପାଞ୍ଚଟି ରାଜ୍ୟ ମଧ୍ୟରୁ ପୂର୍ବ-ଉତ୍ତର ରାଜ୍ୟ ମିଜୋରାମରେ ମୋଦି କୌଣସି ନିର୍ବାଚନୀ ରାଲି କିମ୍ବା ରୋଡ ଶୋ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri