Posted inଜାତୀୟ

ଛଟ ପୂଜାର ପ୍ରସ୍ତୁତି କର ମା’ ଦିଲ୍ଲୀରେ ଆପଣଙ୍କ ପୁଅ ବସିଛି: ମୋଦି

ଛପରା,୧ ।୧୧: ବିହାର ବିଧାନସଭା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବାକୁ ଯାଉଛି । ଏହାକୁ ନଜରରେ ରଖି ସବୁ ଦଳ ପ୍ରଚାର କାର୍ଯ୍ୟରେ ଲାଗି ପଡିଛନ୍ତି । ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ନରେନ୍ଦ୍ର ମୋଦି ବିହାର ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଗଡ କୁହାଯାଉଥିବା ଛପରାରେ ଏକ ନିର୍ବାଚନ ରାଲିରେ ଉଦ୍‌ବୋଧନ ଦେଇଛନ୍ତି । ଏହି ସମୟରେ ସେ ବିରୋଧିଙ୍କୁ ଟାର୍ଗେଟ କରିଥିବା ବେଳେ ବିହାର ମହିଳାଙ୍କ ଉଦ୍ଦେଶ୍ୟରେ ଯାହା କହିଛନ୍ତି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ମୋଦି କହିଛନ୍ତି ଛଟ ପୁଜା ପାଇଁ ପ୍ର୍‌ସ୍ତୁତ କର ମା’ ଦିଲ୍ଲୀରେ ଆପଣଙ୍କ ପୁଅ ବସିଛି । ମୋଦି ଘୋଷଣା କରିଥିଲେ କି ଛଟ ପୂଜା ପର୍ଯ୍ୟନ୍ତ ଗରିବଙ୍କୁ ମାଗଣାରେ ରାଶନ ଯୋଗାଇ ଦିଆଯିବ । ମୋଦି କହିଥିଲେ କରୋନା ମହାମାରିୀ ଏମିତି କୌଣସି ବ୍ୟକ୍ତିଙ୍କୁ ବାଦ୍ ଦେଇନାହିଁ ଯାହାଦ୍ୱାରା ସେ ପ୍ରଭାବିତ ହୋଇ ନାହାଁନ୍ତି । ତେବେ ଗରିବଙ୍କୁ ମାଗଣା ରାଶନ ଯୋଗାଇ ଦେବାକୁ ଘୋଷଣା କରିଥିବା ମୋଦି ସରକାର ବିହାରର ଗରିବ ମହିଳାଙ୍କୁ ମଧ୍ୟ ଯୋଗାଇ ଦେଇଛି । ତେଣୁ ବିହାରର ମା’ ଏବେ ଆଉ ଭୋକିଲା ନାହିଁ । ଏବେ ସେ ଛଟ ପୂଜା ପାଇଁ ପ୍ରସ୍ତୁତ ହେବା ଦରକାର କାରଣ ଦିଲ୍ଲୀରେ ତାଙ୍କ ପୁଅ ବସିଛି ବୋଲି ମୋଦି କହିଛନ୍ତି । ଯିଏ ବିହାରବାସୀଙ୍କ ସମସ୍ୟାର ସମାଧାନ କରିବ । ଏବେ ଗଙ୍ଗା କୂଳରେ ଛଟ ପୂଜା ପାଇଁ ଭିଡ ଲାଗୁଥିବା ବେଳେ ସମସ୍ତେ ସ୍ୱଚ୍ଛ ଗଙ୍ଗାଜଳ ପାଉଛନ୍ତି ବୋଲି ମୋଦି କହିଛନ୍ତି । ଯାହା ତାଙ୍କ ସରକାରଙ୍କ ପ୍ରୟାସ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୦।୯: ପ୍ରଜ୍ଞା (PRAGYA)ର କାର୍ଯ୍ୟ ଏବେ ବିଦ୍ୟୁତ ଉତ୍ପାଦନ କରିବା ନୁହେଁ। ଏହା ଏକ ପ୍ରକାରର ପରୀକ୍ଷଣ ଯନ୍ତ୍ର (ଟେଷ୍ଟ ମେସିନ), ଯାହା ଉପରେ କମ୍ପାନୀ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri