Posted inଜାତୀୟ

ଛଟ ପୂଜାର ପ୍ରସ୍ତୁତି କର ମା’ ଦିଲ୍ଲୀରେ ଆପଣଙ୍କ ପୁଅ ବସିଛି: ମୋଦି

ଛପରା,୧ ।୧୧: ବିହାର ବିଧାନସଭା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବାକୁ ଯାଉଛି । ଏହାକୁ ନଜରରେ ରଖି ସବୁ ଦଳ ପ୍ରଚାର କାର୍ଯ୍ୟରେ ଲାଗି ପଡିଛନ୍ତି । ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ନରେନ୍ଦ୍ର ମୋଦି ବିହାର ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଗଡ କୁହାଯାଉଥିବା ଛପରାରେ ଏକ ନିର୍ବାଚନ ରାଲିରେ ଉଦ୍‌ବୋଧନ ଦେଇଛନ୍ତି । ଏହି ସମୟରେ ସେ ବିରୋଧିଙ୍କୁ ଟାର୍ଗେଟ କରିଥିବା ବେଳେ ବିହାର ମହିଳାଙ୍କ ଉଦ୍ଦେଶ୍ୟରେ ଯାହା କହିଛନ୍ତି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ମୋଦି କହିଛନ୍ତି ଛଟ ପୁଜା ପାଇଁ ପ୍ର୍‌ସ୍ତୁତ କର ମା’ ଦିଲ୍ଲୀରେ ଆପଣଙ୍କ ପୁଅ ବସିଛି । ମୋଦି ଘୋଷଣା କରିଥିଲେ କି ଛଟ ପୂଜା ପର୍ଯ୍ୟନ୍ତ ଗରିବଙ୍କୁ ମାଗଣାରେ ରାଶନ ଯୋଗାଇ ଦିଆଯିବ । ମୋଦି କହିଥିଲେ କରୋନା ମହାମାରିୀ ଏମିତି କୌଣସି ବ୍ୟକ୍ତିଙ୍କୁ ବାଦ୍ ଦେଇନାହିଁ ଯାହାଦ୍ୱାରା ସେ ପ୍ରଭାବିତ ହୋଇ ନାହାଁନ୍ତି । ତେବେ ଗରିବଙ୍କୁ ମାଗଣା ରାଶନ ଯୋଗାଇ ଦେବାକୁ ଘୋଷଣା କରିଥିବା ମୋଦି ସରକାର ବିହାରର ଗରିବ ମହିଳାଙ୍କୁ ମଧ୍ୟ ଯୋଗାଇ ଦେଇଛି । ତେଣୁ ବିହାରର ମା’ ଏବେ ଆଉ ଭୋକିଲା ନାହିଁ । ଏବେ ସେ ଛଟ ପୂଜା ପାଇଁ ପ୍ରସ୍ତୁତ ହେବା ଦରକାର କାରଣ ଦିଲ୍ଲୀରେ ତାଙ୍କ ପୁଅ ବସିଛି ବୋଲି ମୋଦି କହିଛନ୍ତି । ଯିଏ ବିହାରବାସୀଙ୍କ ସମସ୍ୟାର ସମାଧାନ କରିବ । ଏବେ ଗଙ୍ଗା କୂଳରେ ଛଟ ପୂଜା ପାଇଁ ଭିଡ ଲାଗୁଥିବା ବେଳେ ସମସ୍ତେ ସ୍ୱଚ୍ଛ ଗଙ୍ଗାଜଳ ପାଉଛନ୍ତି ବୋଲି ମୋଦି କହିଛନ୍ତି । ଯାହା ତାଙ୍କ ସରକାରଙ୍କ ପ୍ରୟାସ ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri