Posted inଜାତୀୟ

ଭାରତୀୟ ସେନା ହେବେ ଆତ୍ମନିର୍ଭରଶୀଳ, ଦେଶରେ ତିଆରି ହେବ ୩୦୦ରୁ ଅଧିକ ଅସ୍ତ୍ରଶସ୍ତ୍ର: ମୋଦି

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୭୧,୦୦୦କର୍ମଚାରୀଙ୍କୁ ନୂଆ ନିଯୁକ୍ତ ଆଧାରରେ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ନବ ନିଯୁକ୍ତ କର୍ମଚାରୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଛନ୍ତି, ଏକ ବିକଶିତ ଭାରତର ଦୂରଦୃଷ୍ଟି ହାସଲ କରିବା ପାଇଁ ଯୁବପିଢିଙ୍କ ପ୍ରତିଭା ତଥା ଶକ୍ତିକୁ ସଠିକ ସୁଯୋଗ ଦେବାକୁ ଆମ ସରକାର ପ୍ରତିବଦ୍ଧ।

ମୋଦି ଆହୁରି ମଧ୍ୟ କହିଛନ୍ତି, ଆଜି ଭାରତ ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ଆଗକୁ ବଢୁଥିବା ଅର୍ଥବ୍ୟବସ୍ଥା ପାଲଟି ଯାଇଛି। ମୋଦି କହିଛନ୍ତି ସାରା ବିଶ୍ୱ କୋଭିଡ ମହାମାରୀ ପରେ ଆଥିକ ସଙ୍କଟ ଦେଇ ଗତି କରୁଛି। ଅଧିକାଂଶ ଦେଶର ଅର୍ଥବ୍ୟବସ୍ଥା ଲଗାତାର ଭାବେ ହ୍ରାସ ପାଇବାରେ ଲାଗିଛି, ଏହାପରେ ବି ବିଶ୍ୱ ଭାରତକୁ ଏକ ଉଜ୍ୱଳ ତାରକା ଭାବେ ଦେଖୁଛି।
ଏହି ଅବସରରେ ମୋଦି କହିଛନ୍ତି, ଦେଶରେ ସେନାଙ୍କୁ ଏବେ ଆତ୍ମନିର୍ଭରଶୀଳ ହେବାକୁ ପ୍ରସ୍ତୁତ କରାଯିବ। ଆମ ସରକାର ସେନାଙ୍କ ସହ ୩୦୦ରୁ ଅଧିକ ଏପରି ସାଜ-ସରଞ୍ଜାମ ଓ ଅସ୍ତ୍ରଶସ୍ତ୍ରର ତାଲିକା ପ୍ରସ୍ତୁତ କରିଛି, ଯାହା ଏବେ ଭାରତରେ ତିଆରି ହେବ ଓ ଦେଶର ଇଣ୍ଡଷ୍ଟ୍ରିରୁ କ୍ରୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri