ପିଏମ୍‌ ମୋଦି ଆଉ ଜେଲେନସ୍କି ଯେଉଁଠାରେ ଭେଟିବେ, ସେହି ସ୍ଥାନ ଅତ୍ୟନ୍ତ ସ୍ବତନ୍ତ୍ର, ଜାଣନ୍ତୁ କାହିଁକି…

କିଭ୍‌,୨୩।୮: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ୟୁକ୍ରେନ ମାଟିରେ ପାଦ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆଜି ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟିବେ। ଯେଉଁ ସ୍ଥାନରେ ପିଏମ୍‌ ମୋଦି ଏବଂ ଜେଲେନସ୍କି ଭେଟିବାକୁ ଯାଉଛନ୍ତି ସେହି ସ୍ଥାନ ଅତ୍ୟନ୍ତ ସ୍ବତନ୍ତ୍ର। ପ୍ରତ୍ୟେକ ଭାରତୀୟ ସେହି ସ୍ଥାନ ବିଷୟରେ ଅବଗତ। ଏହାର କାରଣ ହେଉଛି ଏସ୍‌ ଏସ୍‌ ରାଜାମୌଲିଙ୍କ ଫିଲ୍ମ ‘ଆରଆରଆର’।

ପିଏମ ମୋଦି ଏବଂ ଜେଲେନସ୍କି ମାରିସ୍କି ପ୍ୟାଲେସରେ ଭେଟିବାକୁ ଯାଉଛନ୍ତି। ଏହା ହେଉଛି ସେହି ପ୍ରାସାଦ ଯାହା ସାମ୍ନାରେ ‘ଆରଆରଆର’ ଚଳଚ୍ଚିତ୍ରର ପ୍ରସିଦ୍ଧ ଗୀତ ନାଟୁ-ନାଟୁ ଶୁଟିଂ କରାଯାଇଥିଲା। ୨୦୨୧ରେ ନାଟୁ-ନାଟୁ ଗୀତ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସରକାରୀ ବାସଭବନ ମାରିସ୍କି ପ୍ୟାଲେସ ସମ୍ମୁଖରେ ଶୁଟିଂ କରାଯାଇଥିଲା।

ଏସ୍‌ ଏସ୍‌ ରାଜାମୌଲିଙ୍କର ଏହି ଚଳଚ୍ଚିତ୍ର ଏକ ବଡ଼ ହିଟ ବୋଲି ପ୍ରମାଣିତ ହୋଇଥିଲା। କେବଳ ଏତିକି ନୁହେଁ, ତେଲୁଗୁ ଚଳଚ୍ଚିତ୍ର ‘ଆରଆରଆର’ର ନାଟୁ-ନାଟୁ ଗୀତକୁ ମଧ୍ୟ ଓସ୍କାର ପୁରସ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri