Posted inଜାତୀୟ

ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ

ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ ପହଞ୍ଚି ମାଆଙ୍କଠାରୁ ଆଶୀର୍ବାଦ ନେଇଛନ୍ତି। ଏହାପରେ ସେ ପାଓ୍ବାଗଡ଼ର ପାହାଡରେ ପୁନଃନିର୍ମାଣ ହୋଇଥିବା ମା’କାଳିକାଙ୍କ ମନ୍ଦିରର ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ବହୁ ଦିନ ପରେ ଶନିବାର ପାଓ୍ବାଗଡ଼ ମନ୍ଦିରରେ ପୁଣି ଥରେ ମନ୍ଦିର ଶିଖର ଉପରେ ପତାକା ଉତ୍ତୋଳନ କରାଯାଇଛି ବୋଲି ମୋଦି କହିଛନ୍ତି। ଏଥିସହ ସେ କହିଛନ୍ତି, ଏହି ଶିଖର ପତାକା କେବଳ ଆମର ବିଶ୍ୱାସ ଏବଂ ଆଧ୍ୟାତ୍ମିକତାର ପ୍ରତୀକ ନୁହେଁ। ଏହି ଶିଖର ପତାକା ଏହା ମଧ୍ୟ ଦଶାଉଛି ଯେ, ଶତାବ୍ଦୀ ବଦଳିଥାଏ, ଯୁଗ ମଧ୍ୟ ବଦଳିଥାଏ କିନ୍ତୁ ବିଶ୍ୱାସର ଶିଖର ଶାସ୍ବତ ଓ ଚିରନ୍ତନ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଆଜି ଭାରତର ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଗୌରବ ପୁଣି ପ୍ରତିଷ୍ଠିତ ହେଇଛି ବୋଲି ସେ କହିଛନ୍ତି। ଆଜିର ନୂଆ ଭାରତ ନିଜର ଆଧୁନିକ ଆକାଂକ୍ଷା ସହିତ ଏହାର ପ୍ରାଚୀନ ଐତିହ୍ୟ ଏବଂ ପ୍ରାଚୀନ ପରିଚୟକୁ ପ୍ରବଳ ଆଗ୍ରହ ଓ ଉତ୍ସାହ ଭରିଦେଇଛି। ପ୍ରତ୍ୟେକ ଭାରତୀୟ ଏହା ଉପରେ ଗର୍ବ କରୁଛନ୍ତି। ପୂର୍ବରୁ ପାଓ୍ବାଗଡ଼ ଯାତ୍ରା କରିବା କଷ୍ଟସାଧ୍ୟ ଥିଲା କିନ୍ତୁ ଏବେ ଶିଶୁ, ଯୁବକ, ବୃଦ୍ଧ, ଦିବ୍ୟାଙ୍ଗ ସହଜରେ ମା’ଙ୍କ ଦର୍ଶନ କରିପାରିବେ ବୋଲି ମୋଦି ନିଜ ଭାଷଣରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri