Posted inଜାତୀୟ

ସାଂସଦ ଖେଳ ମହାକୁମ୍ଭ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତରପ୍ରଦେଶର ବସ୍ତି ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ସାଂସଦ ଖେଳ ମହାକୁମ୍ଭ ୨୦୨୨-୨୩ର ଉଦଘାଟନ କରିଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ଥିଲେ।
ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବସ୍ତି ହେଉଛି ମହର୍ଷି ବଶିଷ୍ଠଙ୍କ ପବିତ୍ର ଭୂମି। ଶ୍ରମ ଏବଂ ସାଧନା, ତପ ଏବଂ ବଳିଦାନ ଭୂମି। ଜଣେ ଖେଳାଳି ପାଇଁ ତାଙ୍କର ଖେଳ ମଧ୍ୟ ଏକ ସାଧନା ଏବଂ ତପ ଯେଉଁଥିରେ ସେ ନିଜକୁ ପରୀକ୍ଷା କରନ୍ତି। ଜଣେ ସଫଳ ଖେଳାଳିଙ୍କ ଧ୍ୟାନ ମଧ୍ୟ ସଠିକ ହେଲେ ହିଁ ସେ ସଫଳତା ହାସଲ କରନ୍ତି।
ସୂଚନାଯୋଗ୍ୟ,ଖେଲୋ ଇଣ୍ଡିଆ ଅଭିଯାନ ଅଧୀନରେ ସରକାର ଖେଳାଳିଙ୍କୁ ଆର୍ଥିକ ସହାୟତା ଦେଉଛନ୍ତି। ଖେଲୋ ଇଣ୍ଡିଆ ଅଭିଯାନ ଅଧୀନରେ ପ୍ରତି ମାସରେ ୨୫୦୦ରୁ ଅଧିକ ଆଥଲେଟଙ୍କୁ ୫୦,୦୦୦ରୁ ଅଧିକ ଟଙ୍କା ଦିଆଯାଉଛି। ଅଲିମ୍ପିକ୍ସକୁ ଯାଉଥିବା ପ୍ରାୟ ୫୦୦ ଖେଳାଳି ‘ଟପ୍ସ’ରୁ ସାହାଯ୍ୟ ପାଉଛନ୍ତି।
ଭାରତର ପ୍ରାୟ ୨୦୦ ଏମ୍‌ପି ସାଂସଦ କ୍ରୀଡା ପ୍ରତିଯୋଗିତା ଆୟୋଜନ କରିଛନ୍ତି, ଯେଉଁଥିରେ ହଜାର ହଜାର ଯୁବକ ଅଂଶଗ୍ରହଣ କରିଛନ୍ତି। ଯେଉଁମାନେ ସାଂସଦ ଖେଳ ମହାକୁମ୍ବରେ ଭଲ ପ୍ରଦର୍ଶନ କରନ୍ତି ସେମାନେ ଭାରତର କ୍ରୀଡ଼ା ପ୍ରାଧିକରଣର ତାଲିମ କେନ୍ଦ୍ରରେ ଅଧିକ ତାଲିମ ପାଇଁ ମନୋନୀତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri