Posted inଜାତୀୟ

ଉଦ୍‌ଘାଟିତ ହେଲା ‘କର୍ତ୍ତବ୍ୟ ପଥ’, ଦେଶ ପାଇଁ ଏକ ଐତିହାସିକ ଦିନ: ମୋଦି

ନୂଆଦିଲ୍ଲୀ,୮।୯: ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଣ୍ଟ୍ରାଲ ଭିଷ୍ଟା ଏଭେନ୍ୟୁର ଉଦ୍‌ଘାଟନ କରିଛନ୍ତି। ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଥିଲେ। ଏହା ପୂର୍ବରୁ କର୍ତ୍ତବ୍ୟ ପଥରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୨୮ଫୁଟ୍‌ ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତିକୁ ମୋଦି ଉନ୍ମୋଚନ କରିଥିଲେ। ଏହାର ଓଜନ ପ୍ରାୟ ୬୫ମେଟ୍ରିକ୍‌ ଟନ୍‌। ତେବେ କର୍ତ୍ତବ୍ୟ ପଥକୁ ଉଦ୍‌ଘାଟନ କରି ମୋଦି କହିଛନ୍ତି ଆଜିର ଦିନ ଦେଶ ପାଇଁ ଏକ ଐତିହାସିକ ଦିନ। ଆଜାଦୀର ଅମୃତ ମହୋତ୍ସବରେ ଦେଶକୁ ଏକ ପ୍ରେରଣା ମିଳିଛି ବୋଲି ମୋଦି କହିଛନ୍ତି। ଅନ୍ୟପଟେ ଏହି ବିସ୍ତୀର୍ଣ୍ଣ ଅଞ୍ଚଳରେ ହୋଇଥିବା ନିର୍ମାଣକୁ କେହି ଯେପରି ନ ଭାଙ୍ଗେ କିମ୍ବା ଚୋରି ନ କରେ, ସେଥିପାଇଁ ସୁରକ୍ଷା ଦାୟିତ୍ୱରେ ୮୦ରୁ ଊର୍ଦ୍ଧ୍ୱ ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯିବ। ଏତଦ୍‌ ବ୍ୟତୀତ ପୋଲିସ ମଧ୍ୟ ସୁରକ୍ଷା ଦାୟିତ୍ୱରେ ରହିବେ। ଦୁଇମାସ ପର୍ଯ୍ୟନ୍ତ କର୍ତ୍ତବ୍ୟ ପଥରେ ବ୍ୟାପକ ପୋଲିସ ଓ ସୁରକ୍ଷା କର୍ମୀ ନିୟୋଜିତ ରହିବେ ବୋଲି ଜଣାପଡ଼ିଛି। ତେବେ ଦର୍ଶକମାନଙ୍କ ପାଇଁ ବିଶେଷ କଟକଣା ରହିବ ନାହିଁ। ଯୋଜନା ଅନୁଯାୟୀ ଇଣ୍ଡିଆ ଗେଟ୍‌ରୁ ମାନ୍‌ ସିଂ ରୋଡ୍‌ ପର୍ଯ୍ୟନ୍ତ ଉଦ୍ୟାନ ଅଞ୍ଚଳରେ ଖାଦ୍ୟ ସାମଗ୍ରୀକୁ ଅନୁମତି ମିଳିବ ନାହିଁ। ଦେଶର କ୍ଷମତା କେନ୍ଦ୍ର ହେବାକୁ ଯାଉଥିବା ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପରେ ନୂଆ ପାର୍ଲାମେଣ୍ଟ ଭବନ, କେନ୍ଦ୍ରୀୟ ସଚିବାଳୟ, ପ୍ରଧାନମନ୍ତ୍ରୀଙ୍କ ନୂଆ ବାସଭବନ ଓ କାର୍ଯ୍ୟାଳୟ ଏବଂ ଉପରାଷ୍ଟ୍ରପତିଙ୍କ ଏନ୍‌କ୍ଲେଭ୍‌ ରହିବ। ଏହି କାର୍ଯ୍ୟକ୍ରମରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗଜେନ୍ଦ୍ର ଚୌହାନ ସମେତ ଅନେକ ନେତାମନ୍ତ୍ରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri