Posted inଜାତୀୟ

ଆତଙ୍କ ଦ୍ୱାରା ବିଶ୍ୱାସକୁ ଭାଙ୍ଗି ଦିଆଯାଇ ନ ପାରେ: ମୋଦି

ଅହମଦାବାଦ,୨୦ ।୮: ଗୁଜରାଟର ଐତିହାସିକ ସୋମନାଥ ମନ୍ଦିରକୁ ବଡ ଉପହାର ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମନ୍ଦିରରେ ଅନେକ ଗୁଡିଏ ଯୋଜନାର ଶୁଭାରମ୍ଭ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୋଦି ସୋମନାଥ ସମୁଦ୍ର ଦର୍ଶନ, ପାଦଚଲା ପଥ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଓ ନବୀକରଣ ହୋଇଥିବା ଅହିଲ୍ୟାବାଇ ହୋଲକର ମନ୍ଦିରର ଉଦ୍‌ଘାଟନ କରିଛନ୍ତି । ଏହାସହ ପାର୍ବତୀ ମନ୍ଦିରର ଶିଳାନ୍ୟାସ କରିଛନ୍ତି । ପାର୍ବତୀ ମନ୍ଦିର ଧଳା ପଥରରେ ନିର୍ମାଣ କରାଯିବ ଓ ଏହାର ଉଚ୍ଚତା ୭୧ ଫୁଟ ରହିବ ବୋଲି ଜଣାପଡିଛି । କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ଅବସରରେ ମୋଦି କହିଛନ୍ତି ଶ୍ରାବଣ ମାସରେ ବଡ ଆରମ୍ଭ ହୋଇଛି । ସେ କହିଛନ୍ତି ବିଶ୍ୱାସକୁ ଆତଙ୍କ ଦ୍ୱାରା ନଷ୍ଟ କରାଯାଇ ନ ପାରେ । ସୋମନାଥ ମନ୍ଦିର ଆମ ବିଶ୍ୱାସର ପ୍ରତିକ । ସେ କହିଛନ୍ତି ସୋମନାଥ ମନ୍ଦିରର ଅସ୍ତିତ୍ୱକୁ ମାଟିରେ ମିଶାଇବାକୁ ବହୁବାର ଚେଷ୍ଟା କରାଯାଇଛି । ମନ୍ଦିରକୁ ଯେତେଥର ନଷ୍ଟ କରାଯାଇଛି ସେ ସେତେଥର ଉଠି ଠିଆ ହୋଇଛି । ଆତଙ୍କ ବହୁସମୟ ପର୍ଯ୍ୟନ୍ତ ମାନବତାକୁ ନଷ୍ଟ କରି ନ ପାରେ । ଆତଙ୍କର ଅସ୍ଥିତ୍ୱ କେବେ ସ୍ଥାୟି ନୁହେଁ । ବିଶ୍ୱ ଆଜିବି ଆତଙ୍କର ବିଚାରଧାରାରେ ପିଡ଼ିତ । ସମୃଦ୍ଧ ଭାରତର ପ୍ରତିକ ହେଉିଛ ସୋମନାଥ ମନ୍ଦିର । ମୋଦି କହିଛନ୍ତି ଦେଶର ମୂଳ ସ୍ୱଭାବ ହେଲା ସବକା ସାଥ ସବକା ବିକାଶ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri