Posted inଜାତୀୟ

ମହାକାଶରୁ ଭାରତ ଭବ୍ୟ ଦିଶୁଛି…PM ମୋଦିଙ୍କ ସହ ବାର୍ତ୍ତାଳାପରେ କହିଲେ କ୍ୟାପ୍‌ଟେନ୍‌ ଶୁଭାଂଶୁ

ନୂଆଦିଲ୍ଲୀ,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ତର୍ଜାତୀୟ ମହାକାଶ କେନ୍ଦ୍ର(ISS)ରେ ଉପସ୍ଥିତ ଭାରତୀୟ ବାୟୁସେନା ଅଧିକାରୀ ଗ୍ରୁପ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳାଙ୍କ ସହ ସିଧାସଳଖ କଥାବାର୍ତ୍ତା କରିଛନ୍ତି। ଏହି କଥାବାର୍ତ୍ତା କେବଳ ଭାରତର ମହାକାଶ ଇତିହାସରେ ଏକ ନୂତନ ଅଧ୍ୟାୟ ନୁହେଁ, ବରଂ ଭାରତର ବୈଜ୍ଞାନିକ କ୍ଷମତା ଏବଂ ବିଶ୍ୱ ମହାକାଶ ଗବେଷଣାରେ ଏହାର ଦୃଢ଼ ଅଂଶଗ୍ରହଣର ପ୍ରତୀକ। ମୋଦି ଭିଡିଓ କଲ ମାଧ୍ୟମରେ ଶୁଭାଂଶୁଙ୍କ ସହ ଯୋଗାଯୋଗ କରିବା ସମୟରେ ତାଙ୍କ ସାହସ ଏବଂ ଯୋଗଦାନକୁ ପ୍ରଶଂସା କରିଥିଲେ। ପରେ ଶୁଭାଂଶୁ ମହାକାଶରୁ ଭାରତ ଭବ୍ୟ ଦେଖାଯାଉଥିବା କହିଥିବା ନେଇ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ଏହାଛଡ଼ା ଶୁଭାଂଶୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଗାଜର ହାଲୱା ଏବଂ ଆମ୍ବ ରସ ମହାକାଶକୁ ନେବା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ। ସେ କହିଥିଲେ ଯେ ଏହା କେବଳ ମୋର ଯାତ୍ରା ନୁହେଁ, ବରଂ ଆମ ଦେଶର ଯାତ୍ରା ମଧ୍ୟ, ମୁଁ ଭାରତକୁ ପ୍ରତିନିଧିତ୍ୱ କରି ଗର୍ବିତ।

ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ଅନ୍ୟ ତିନି ଜଣ ମହାକାଶଚାରୀଙ୍କ ସହିତ ଜୁନ ୨୫ ତାରିଖରେ ନାସାର କେନେଡି ସ୍ପେସ ସେଣ୍ଟରରୁ ସ୍ପେସଏକ୍ସର ଡ୍ରାଗନ କ୍ୟାପସୁଲ ରେ ISS ପାଇଁ ବାହାରିଥିଲେ। ଏହି ମିଶନ Axiom-4 ର ଏକ ଅଂଶ।

ରାକେଶ ଶର୍ମାଙ୍କ ପରେ, ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ମଧ୍ୟ 41 ବର୍ଷରୁ ଅଧିକ ସମୟ ମଧ୍ୟରେ ମହାକାଶକୁ ଯାଇଥିବା ପ୍ରଥମ ଭାରତୀୟ ମହାକାଶଚାରୀ ହୋଇଥିଲେ, ଯାହା ଦେଶ ପାଇଁ ଏକ ଐତିହାସିକ ମୂହୁର୍ତ୍ତରେ ପରିଣତ ହୋଇଥିଲା।

ଆକ୍ସିଅମ-4ର ସଫଳ ଉତ୍‌କ୍ଷେପଣ ପରେ, ପ୍ରଧାନମନ୍ତ୍ରୀ ମୋଦି ମିଶନ ପାଇଲଟ ଶୁକ୍ଲା ଏବଂ ଅନ୍ୟାନ୍ୟ କ୍ରୁ ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସେମାନଙ୍କୁ ସଫଳତା କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri