Posted inଜାତୀୟ

‘କେଜ୍‌ରିୱାଲଙ୍କୁ ଭୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି’

ନୂଆଦିଲ୍ଲୀ,୩୧।୧୦: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରିବା ପରେ ଜାତୀୟ ରାଜଧାନୀରେ ରାଜନୀତି ଚରମ ସୀମାରେ ପହଞ୍ଚିଛି। ଏହି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଇଡି ନୋଟିସ ମିଳିଛି। ଏହାକୁ ନେଇ ଏଏପି ନେତାମାନେ ଇନଷ୍ଟାଗ୍ରାମରେ ଗୋଟିଏ ପରେ ଗୋଟିଏ ପୋଷ୍ଟ କରି କେନ୍ଦ୍ର ଏବଂ ଭାଜପା ବିରୋଧରେ ନିଜର କ୍ରୋଧ ପ୍ରକାଶ କରିଛନ୍ତି।
ଆମ ଆଦମୀ ପାର୍ଟିର ଜାତୀୟ ମୁଖପାତ୍ର ସନ୍ଦୀପ ପାଠକ କହିଛନ୍ତ, ଅରବିନ୍ଦ କେଜ୍‌ରିୱାଲଙ୍କୁ ଭାଜପା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୟ କରୁଛନ୍ତି। ଅରବିନ୍ଦ କେଜ୍‌ରିୱାଲଙ୍କୁ ଗିରଫ କରିବା ପାଇଁ ଏକ ଷଡଯନ୍ତ୍ର ରହିଛି। ଇଡି ଏବଂ ସିବିଆଇ ମୁଖ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଉଛି। କିନ୍ତୁ ମୁଁ ନରେନ୍ଦ୍ର ମୋଦିଙ୍କୁ କହିବାକୁ ଚାହେଁ – ଆମେ ଭୟ କରୁନାହୁଁ, କାରଣ ଅରବିନ୍ଦ କେଜ୍‌ରିୱାଲ ସତ୍ୟ ସହିତ ଠିଆ ହୋଇଛନ୍ତି। ଶେଷରେ କେବଳ ସତ୍ୟ ଜିତିବ।
ସନ୍ଦୀପ ଆହୁରି କହିଛନ୍ତି, ଅରବିନ୍ଦ କେଜ୍‌ରିୱାଲଙ୍କୁ ଯେକୌଣସି ଉପାୟରେ ହଟାଇବା ହେଉଛି ଭାଜପା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଏକମାତ୍ର ଉଦ୍ଦେଶ୍ୟ। ଏଥିପାଇଁ ଭାଜପା ଲୋକମାନେ ପ୍ରଥମେ ଆଇନଗତ ଉପାୟ ମାଧ୍ୟମରେ ଏହା କରିବାକୁ ଚାହୁଁଥିଲେ। ସେ ପ୍ରଥମେ ମନୋନୀତ କମିଶନଙ୍କ ମାଧ୍ୟମରେ ଦିଲ୍ଲୀରେ ଏଏପିକୁ ରୋକିବାକୁ ଚେଷ୍ଟା କରିଥିଲେ। ତା’ପରେ ପଞ୍ଜାବ ପାଇଁ ମଧ୍ୟ ସମାନ ପ୍ରୟାସ କରାଯାଇଥିଲା। ଏହା ସତ୍ତ୍ୱେ ଏଏପି ଗୁଜରାଟରେ ପହଞ୍ଚିଥିଲା ଏବଂ ସେଠାରେ ଥିବା ଲୋକମାନେ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ ମଧ୍ୟ ଆତ୍ମବିଶ୍ୱାସ ପ୍ରକାଶ କରିଥିଲେ। ଗୁଜରାଟ ନିର୍ବାଚନରେ ଏଏପି ଶକ୍ତି ଦେଖାଇବାପରେ ଭାଜପା ଲୋକମାନେ ସେମାନଙ୍କ ସହ କଣ କରିବେ ବୁଝିପାରିଲେ ନାହିଁ। ଏହା ପରେ ସେମାନେ ଏଏପି ନେତାମାନଙ୍କୁ ଗିରଫ କରିବା ଆରମ୍ଭ କଲେ। ଆଇନଗତ ଉପାୟ ମାଧ୍ୟମରେ ଏଏପି ନେତାମାନଙ୍କୁ ଅଟକାଇବାରେ ବିଫଳ ହେବା ପରେ ଏହା କରାଯାଇଥିଲା। ବର୍ତ୍ତମାନ କେନ୍ଦ୍ର ଏବଂ ଭାଜପା ଇଡି ଏବଂ ସିବିଆଇ ଆଗେଇ ଏକ ନୂଆ ଷଡଯନ୍ତ୍ର ରଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?