Posted inଜାତୀୟ

ହିନ୍ଦୁତ୍ୱ କାର୍ଡ ଖେଳୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ଚାଲିଛି ଭାଜପାର ‘ମିଶନ ସାଉଥ’

ନୂଆଦିଲ୍ଲୀ,୧୮।୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ନିର୍ବାଚନ ପୂର୍ବରୁ ମିଶନ ସାଉଥ ଆରମ୍ଭ କରିଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ଅର୍ଥାତ୍‌ ୧୯ ଜାନୁଆରୀ ତାମିଲନାଡୁ ଗସ୍ତ କରିବେ। ରାମ ମନ୍ଦିରର ପ୍ରତିଷ୍ଠାର ହେବାର ଚାରି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ତୃତୀୟ ଦକ୍ଷିଣ ରାଜ୍ୟ ଗସ୍ତ କରିବେ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ୧୬-୧୭ ଜାନୁଆରୀରେ ଆନ୍ଧ୍ରପ୍ରଦେଶ ଏବଂ କେରଳ ଗସ୍ତ କରିଥିଲେ। ନୂତନ ବର୍ଷ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାରମ୍ବାର ଦକ୍ଷିଣ ରାଜ୍ୟ ଗସ୍ତକୁ ଭାଜପାର ‘ମିଶନ ସାଉଥ’ର ଏକ ଅଂଶ ବୋଲି କୁହାଯାଉଛି।
ଲୋକସଭା ନିର୍ବାଚନରେ ଭାଜପା ୪୦୦ଟି ଆସନ ଧାର୍ଯ୍ୟ କରିଛି। ଏହି ଲକ୍ଷ୍ୟ ହାସଲ କରିବାକୁ ଭାଜପା ଉତ୍ତର ଏବଂ ଦକ୍ଷିଣର ଦୁର୍ଗକୁ ଭାଙ୍ଗିବା ଆବଶ୍ୟକ। ସାଉଥ୍‌ରେ ଏପର୍ଯ୍ୟନ୍ତ ଭାଜପାର ପ୍ରଦର୍ଶନ ଭଲ ହୋଇନାହିଁ। ଏହି କାରଣରୁ ବର୍ଷ ଆରମ୍ଭରୁ ପ୍ରଧାନମନ୍ତ୍ରୀ ମୋଦି ଦକ୍ଷିଣ ରାଜ୍ୟ ଆଡକୁ ମୁହାଁଇଛନ୍ତି। ଏଠାରେ ସେ କେବଳ ଉଦ୍‌ଘାଟନ କରି ବିଭିନ୍ନ ଯୋଜନାର ମୂଳଦୁଆ ପକାଇ ନାହାନ୍ତି, ବରଂ ପ୍ରମୁଖ ମନ୍ଦିର ପରିଦର୍ଶନ କରି ପ୍ରାର୍ଥନା ମଧ୍ୟ କରିଛନ୍ତି। ଆସନ ବଢାଇବା ପାଇଁ ଭାଜପା ହିନ୍ଦୁତ୍ୱ କାର୍ଡ ଖେଳୁଛି ବୋଲି ଚର୍ଚ୍ଚା ହେଉଛି।
୨୦୧୯ ଲୋକସଭା ନିର୍ବାଚନରେ ଭାଜପା ମିଳିତ ମଞ୍ଚ ଏହି ୧୩୪ଟି ଆସନ ମଧ୍ୟରୁ ୩୧ଟି ପାଇଥିଲା। କଂଗ୍ରେସ ୬୫ଟି ସିଟ ଜିତିଥିବା ବେଳେ ଅନ୍ୟମାନେ ୩୬ଟି ସିଟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri