ସାଧାରଣତନ୍ତ୍ର ଦିବସରେ ମୋଦି ପିନ୍ଧିଲେ କମଳା ରଙ୍ଗର ପଗଡ଼ି: କ’ଣ ଏହାର କାରଣ

ନୂଆଦିଲ୍ଲୀ,୨୬ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ଦିବସ ଓ ସ୍ୱାଧିନତା ଦିବସରେ ପଗଡି ବାନ୍ଧିବାର ପରମ୍ପରାକୁ ବଜାୟ ରଖିଛନ୍ତି । ଚଳିତବର୍ଷ ଗଣତନ୍ତ୍ର ଦିବସ ଅବସରରେ ସେ କମଳା ରଙ୍ଗର ପଗଡି ପିନ୍ଧିଥିବା ଦେଖାଯାଇଛି । ୭୨ ତମ ସାଧାରଣତନ୍ତ୍ର ଦିବସ ଅବସରେ ମୋଦି ପାରମ୍ପାରିକ କୁର୍ତ୍ତା ପାଇଜାମା ଓ ଜ୍ୟାକେଟ ପିନ୍ଧିବା ସହ କାନ୍ଧରେ ସଲ ଓ ମୁଣ୍ଡରେ କମଳା ରଙ୍ଗର ପଗଡ଼ି ପିନ୍ଧି ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକ ସ୍ଥଳରେ ପହଞ୍ଚି ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଗଣତନ୍ତ୍ର ଦିବସ ସମାରୋହ ପାଇଁ ମୋଦି ଗୁଜରାଟ ଜାମନଗରର ବିଶେଷ ପଗଡ଼ି ପିନ୍ଧିଥିବା ଦେଖାଯାଇଛି । ନ୍ୟୁଜ ଏଜେନ୍ସି ଏଏନ୍‌ଆଇର ସୂଚନା ମୁତାବକ ଏହି ପଗଡ଼ି ଜାମନଗର ରାଜ ପରିବାର ପକ୍ଷରୁ ମୋଦିଙ୍କୁ ଉପହାର ଆକରରେ ଦିଆଯାଇଛି । ମୋଦି ପ୍ରତିବର୍ଷ ଗଣତନ୍ତ୍ର ଦିବସରେ ଭିନ୍ନ ଭିନ୍ନ ପ୍ରକାର ପଗଡ଼ି ପିନ୍ଧିଥିବା ନଜର ଆସୁଛନ୍ତି । ଗତବର୍ଷ ସେ ବାନ୍ଧଣୀ ପଗଡ଼ି ପିନ୍ଧିଥିଲେ । ଯାହା ଅଣ୍ଟା ପର୍ଯ୍ୟନ୍ତ ଥିଲା । ସେଥିରେ କମଳା ରଙ୍ଗ ସହ ହଳଦିଆ ରଙ୍ଗ ବି ଥିଲା । ୨୦୧୫ରୁ ଆଜି ପର୍ଯ୍ୟନ୍ତ ଗଣତନ୍ତ୍ର ଦିବସରେ ମୋଦି ଅଲଗା ଅଲଗା ବିଶେଷ ଧରଣର ପଗଡ଼ି ପିନ୍ଧିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri