Posted inଜାତୀୟ

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଏହି ସ୍ବତନ୍ତ୍ର ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ଦର୍ଶକଙ୍କ ମଧ୍ୟରେ ବସି ଭଜନ ଶୁଣିଥିଲେ। ଶିଳ୍ପୀମାନଙ୍କ ସହ ସେ ତାଳି ବଜାଇବା ସହ ରାମ ଭଜନରେ ସ୍ବର ମିଳାଇଥିବା ଦେଖିବାକୁ ମିଳିଥିଲା। ଭଗବାନ ରାମଙ୍କୁ ସମର୍ପିତ ଏକ ଭଜନ ସମୟରେ ମୋଦୀ ଡଫଲି ଭଳି ଏକ ଛୋଟ ବାଦ୍ୟଯନ୍ତ୍ର ମଧ୍ୟ ବଜାଇଥିଲେ।

କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୁବତୀଯୁବକ ଉପସ୍ଥିତ ଥିଲେ। ସେମାନେ ତାଳି ବଜାଇବା ସହ ଗାୟକମାନଙ୍କ ସହ ଭଜନ ଗାଇଥିଲେ। କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ସମୟରେ ପ୍ରଧାନମନ୍ତ୍ରୀ ମଧ୍ୟ ଉପସ୍ଥିତ ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ। ଏହାପୂର୍ବରୁ ମୋଦି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହି ଅବସରରେ ସେ ଦୀନଦୟାଲ ଉପାଧ୍ୟାୟଙ୍କ ‘ଅନ୍ତ୍ୟୋଦୟ’ ଦର୍ଶନ ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ।

‘ଭଜନ କ୍ଲବିଂ’ ହେଉଛି ଭକ୍ତି ସଙ୍ଗୀତକୁ କନ୍ସର୍ଟ ଭଳି ପରିବେଶରେ ପରିବେଷଣ କରିବାର ଏକ ନୂଆ ଧାରା। ଏଥିରେ ବିଶେଷ କରି ଯୁବପିଢ଼ି ଏକାଠି ହୋଇ ଭଜନ ଗାଇବା ଓ ଶୁଣିବାରେ ସାମିଲ ହୁଅନ୍ତି। ଏଭଳି କାର୍ଯ୍ୟକ୍ରମରେ ଲାଇଭ ବ୍ୟାଣ୍ଡ, ଆଧୁନିକ ସାଉଣ୍ଡ ସିଷ୍ଟମ, ଲାଇଟିଂ ଏବଂ କନ୍ସର୍ଟ ଭଳି ପରିବେଶ ରହିଥାଏ। ଯୁବପିଢ଼ି ଭଜନ ଗାଇବା ସହ ତାଳି ବଜାଇ ଓ ନାଚି ଏହି ଭକ୍ତି ସଙ୍ଗୀତର ଆନନ୍ଦ ନେଇଥାନ୍ତି। ପାରମ୍ପରିକ ଭଜନ ଓ କୀର୍ତ୍ତନକୁ ଆଧୁନିକ ସଙ୍ଗୀତ ଶୈଳୀରେ ପରିବେଷଣ କରାଯାଉଥିବାରୁ ‘ଭଜନ କ୍ଲବିଂ’ ବିଶେଷ କରି ଯୁବ ଓ Gen Z ପିଢ଼ି ମଧ୍ୟରେ ଚର୍ଚ୍ଚାରେ ରହିଛି।

ପ୍ରଧାନମନ୍ତ୍ରୀ ମୋଦି ଚଳିତ ବର୍ଷ ଆରମ୍ଭରେ ତାଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ୍‌’ରେ ‘ଭଜନ କ୍ଲବିଂ’ ଟ୍ରେଣ୍ଡ ବିଷୟରେ ଉଲ୍ଲେଖ କରିଥିଲେ। ଯୁବପିଢ଼ିଙ୍କ ମଧ୍ୟରେ ଏଭଳି କାର୍ଯ୍ୟକ୍ରମ ପ୍ରତି ବଢ଼ୁଥିବା ଆଗ୍ରହ ଆଧ୍ୟାତ୍ମିକତା, ସଂସ୍କୃତି ଓ ଆଧୁନିକତାର ଏକ ମିଶ୍ରଣ ବୋଲି ସେ କହିଥିଲେ। ସେ ଭଜନ କ୍ଲବିଂର ପରିବେଶକୁ ଗ୍ଲୋବାଲ କନ୍ସର୍ଟ ସହ ମଧ୍ୟ ତୁଳନା କରିଥିଲେ। ଏହାପରଠାରୁ ଦେଶର ବିଭିନ୍ନ ସହରରେ ଯୁବପିଢ଼ିଙ୍କୁ ନେଇ ଆୟୋଜିତ ଭଜନ କାର୍ଯ୍ୟକ୍ରମରେ ଏହି ଧାରା ଦେଖିବାକୁ ମିଳୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?