Posted inଜାତୀୟ

ସୋସିଆଲ୍‌ ମିଡିଆ ‘ଟ୍ରୁଥ୍‌’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି: ପ୍ରଥମେ ଏହି ୨ ଜଣଙ୍କୁ କଲେ ଫଲୋ

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗ ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ସ୍ବତନ୍ତ୍ର ଫଟୋ ଶେୟାର କରିଛନ୍ତି । ଏହି ଫଟୋ ଭାରତୀୟ ପ୍ରଧାନମନ୍ତ୍ରୀ ଏବଂ ଆମେରିକୀୟ ରାଷ୍ଟ୍ରପତିଙ୍କ ମଧ୍ୟରେ ଥିବା ସ୍ବତନ୍ତ୍ର ସମ୍ପର୍କକୁ ଦର୍ଶାଉଛି । ଟ୍ରୁଥ ସୋସିଆଲ ହେଉଛି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଯାହାକୁ ସେ ସମଗ୍ର ବିଶ୍ୱକୁ ବାର୍ତ୍ତା ପଠାଇବା ପାଇଁ ବ୍ୟବହାର କରନ୍ତି । ଟ୍ରୁଥ ସୋସିଆଲରେ ନିଜର ପ୍ରଥମ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ‘ଟ୍ରୁଥ ସୋସିଆଲରେ ଯୋଗଦେଇ ମୁଁ ବହୁତ ଖୁସି। ଭବିଷ୍ୟତରେ ସମଗ୍ର ବିଶ୍ୱର ନେତାମାନଙ୍କ ସହ ବାର୍ତ୍ତାଳାପ କରିବା ଏବଂ ଅର୍ଥପୂର୍ଣ୍ଣ କଥାବାର୍ତ୍ତା କରିବାକୁ ମୁଁ ଆଗ୍ରହୀ।

ସେପ୍ଟେମ୍ବର ୨୨, ୨୦୧୯ରେ ଟେକ୍ସାସର ହ୍ୟୁଷ୍ଟନର ଏନଆରଜି ଷ୍ଟାଡିୟମରେ ଆୟୋଜିତ ‘ହାଉଡି ମୋଦି’ କାର୍ଯ୍ୟକ୍ରମରେ ଟ୍ରମ୍ପଙ୍କ ସହ ହାତ ମିଳାଉଥିବାର ଏକ ଫଟୋ ପୋଷ୍ଟ କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୦୨୨ରେ ଟ୍ରୁଥ ସୋସିଆଲ ଆପ ଲଞ୍ଚ କରିଥିଲେ। ୨୦୨୧ରେ କ୍ୟାପିଟାଲ ହିଲ ଦଙ୍ଗା ପରେ ଟ୍ରମ୍ପଙ୍କୁ ଫେସବୁକ ଓ ଟୁଇଟରରୁ ନିଷିଦ୍ଧ କରାଯାଇଥିଲା।

ଡୋନାଲ୍ଡ ଟ୍ରମ୍ପ ଟ୍ରୁଥ ସୋସିଆଲ ଆପରେ ଲେକ୍ସ ଫ୍ରିଡ୍‌ମ୍ୟାନ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ପୋଡକାଷ୍ଟ ଶେୟାର କରିଥିଲେ। ଏହାର କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ରୁଥ ସୋସିଆଲ ପ୍ଲାଟଫର୍ମରେ ଯୋଗ ଦେଇଥିଲେ। ଟ୍ରୁଥ ସୋଶାଲରେ ଯୋଗ ଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କୁ ମଧ୍ୟ ଫଲୋ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?