Posted inଜାତୀୟ

୫ଜି ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୧୦: ଦେଶରେ ଆରମ୍ଭ ହେଲା ୫ଜି ସେବା। ଶନିବାର ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି। ଭାରତ ପାଇଁ ଏହା ଏକ ବିଶେଷ ମୁହୂର୍ତ୍ତ। ଟେକ୍ନୋଲୋଜିର ଏକ ନୂତନ ଯୁଗରେ ଭାରତ ପ୍ରବେଶ କରିଛି। ଦେଶର ପ୍ରଥମ ପର୍ଯ୍ୟାୟରେ ୧୩ଟି ସହର ଦିଲ୍ଲୀ,ମୁମ୍ବାଇ, ଅହମ୍ମଦାବାଦ, ବେଙ୍ଗାଲୁରୁ, ଚଣ୍ଡିଗଡ, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, କୋଲକତା, ଚେନ୍ନାଇ, ଲକ୍ଷ୍ମୌ ଏବଂ ପୁଣେରେ ଏହି ସେବା ଆରମ୍ଭ ହୋଇଛି। ଆଜିର ଏହି ୫ଜି ସେବାର ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ ଓ ପୁଅ ଆକାଶ ଅମ୍ବାନୀ ପ୍ରମୁଖ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଦୋମୁହାଁ ଟ୍ରମ୍ପ

ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ପାଇଁ ଆମେରିକା ରାଷ୍ଟ୍ରପତି ହେବା ପରେ ନେଉଥିବା ନିଷ୍ପତ୍ତି ଆମେରିକା ସମେତ ବିଶ୍ୱକୁ ବାରମ୍ବାର ଅସୁବିଧାରେ ପକାଇ ଚାଲିଛି। ଅନ୍ତର୍ଜାତୀୟ ଅର୍ଥନୈତିକ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା

ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?