Posted inଜାତୀୟ

ବାନ୍ଦିପୁର ଟାଇଗର ରିଜର୍ଭ ପହଞ୍ଚିଲେ ନରେନ୍ଦ୍ର ମୋଦି, ଜାରି କରିବେ ବାଘଙ୍କ ସଂଖ୍ୟା ସମ୍ବନ୍ଧିତ ନୂଆ ସଂଖ୍ୟା

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକର ବାନ୍ଦିପୁର ଟାଇଗର ରିଜର୍ଭ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ମୋଦି ସେଠାରେ ବାନ୍ଦିପୁର ନ୍ୟାଶନାଲ ପାର୍କରେ ଇଣ୍ଟରନ୍ୟାଶନାଲ ବିଗ କ୍ୟାଟସ୍‌ ଏଲାଏନ୍ସର ଶୁଭାରମ୍ଭ କରିବେ।

ଇଣ୍ଟରନ୍ୟାଶନାଲ ବିଗ କ୍ୟାଟସ୍‌ ଏଲାଏନ୍ସ(ଆଇବିସିଏ) ବିଶ୍ୱର ୭ଟି ବଡ ବିଲେଇ ବାଘ, ସିଂହ, ଚିତାବାଘ, ହିମ ଚିତାବାଘ, ପୁମା, ଜାଗୁଆର ଓ ଚିତା ଉପରେ ସଂରକ୍ଷଣ ଓ ସୁରକ୍ଷା ଉପରେ ଧ୍ୟାନ ଦେବ।
ପ୍ରଧାନମନ୍ତ୍ରୀ ମୋଦି ଜୁଲାଇ ୨୦୧୯ରେ ବିଶ୍ୱ ନେତାଙ୍କଠାରୁ ଏହି ପଦକ୍ଷେପ ପାଇଁ ଆହ୍ବାନ କରିଥିଲେ, ଯାହାଦ୍ୱାରା ଏସିଆରେ ଏହି ଜୀବମାନଙ୍କର ଅବୈଧ ଶିକାର ଓ ବ୍ୟାପାର ବନ୍ଦ ହୋଇପାରିବ। ସୂଚନାଯୋଗ୍ୟ, ୨୦୧୪ ପରଠାରୁ ଦେଶରେ ଏହି ୭ଟି ଜୀବଙ୍କର ସଂଖ୍ୟା ବୃଦ୍ଧି ହୋଇଛି। ଏଥିମଧ୍ୟରୁ ଟାଇଗର ଜନସଂଖ୍ୟା ୨୦୧୮ରେ ୩୩ ପ୍ରତିଶତ ବୃଦ୍ଧି ପାଇ ୨,୯୬୭ରେ ପହଞ୍ଚିଛି, ୨୦୧୪ରେ ଏହା ୨,୨୨୬ ଥିଲା। ବାଘଙ୍କର ଶେଷ ଗଣନା ୨୦୧୮ରେ ହୋଇଥିଲା।
ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨୦୨୨ର ଜନଗଣନା ଆଧାରରେ ବାଘଙ୍କ ସଂଖ୍ୟାର ନବିନତମ ସଂଖ୍ୟା ଜାରି କରିବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବାନ୍ଦିପୁର ଟାଇଗର ରିଜର୍ଭରେ ସଂରକ୍ଷଣର ପ୍ରୟାସରେ ସାମିଲ ଫ୍ରଣ୍ଟ ଲାଇନ ଫିଲ୍ଡ ଷ୍ଟାଫ ଓ ସ୍ବୟଂ ସହାୟତା ଗ୍ରୁପ ସହ କଥା ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?