Posted inଜାତୀୟ

‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୩ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ହର ଘର ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହାସହ ଏହି ଅଭିଯାନରେ ବହୁ ସଂଖ୍ୟାରେ ସାମିଲ ହେବାକୁ ସେ ଜନସାଧାରଣଙ୍କୁ ଅପିଲ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧିନତା ଓ ତ୍ରିରଙ୍ଗାକୁ ସ୍ୱତନ୍ତ୍ର ଭାରତରେ ଉଡାଇବାର ସ୍ୱପ୍ନ ଦେଖୁଥିବା ବ୍ୟକ୍ତିଙ୍କ ସାହସ ଓ ପ୍ରସାସକୁ ବି ମନେପକାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ‘ହର ଘର ତ୍ରିରଙ୍ଗା’ ଅଭିଯାନ ମାଧ୍ୟମରେ ୧୩-୧୫ ଅଗଷ୍ଟ ମଧ୍ୟରେ ତ୍ରିରଙ୍ଗା ଉଡାଇବାକୁ ଅପିଲ କରିଛନ୍ତି ।
ଇତିହାସକୁ ମନେପକାଇ ମୋଦି ଏକ ଟୁଇଟ କରିଛନ୍ତି । ତ୍ରିରଙ୍ଗା ସହ ଜଡିତ ସମିତିର ଡିଟେଲ ଶେୟାର କରିବା ସହ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଦ୍ୱାରା ଉଡାଯାଇଥିବା ପ୍ରଥମ ତ୍ରିରଙ୍ଗାର ଫଟୋ ବି ଶେୟାର କରିଛନ୍ତି । ଏହି ଅବସରରେ ମୋଦି ଲେଖିଛନ୍ତି, ୨୨ ଜୁଲାଇ ଆମ ଇତିହାସରେ ମହତ୍ୱ ରଖେ । କାରଣ ଏହିଦିନ ଭାରତୀୟ ରାଷ୍ଟ୍ରୀୟ ପତାକାକୁ ଗ୍ରହଣ କରାଯାଇଥିଲା । ମୋଦି ଆହୁରି ମଧ୍ୟ ଲେଖିଛନ୍ତି, ଚଳିତ ବର୍ଷ ଆମେ ସ୍ୱାଧିନତାର ଅମୃତ ମହୋତ୍ସବ ପାଳନ କରୁଛେ । ଆସନ୍ତୁ ଆମେ ପ୍ରତି ଘରେ ତ୍ରିରଙ୍ଗା ଆନ୍ଦୋଳନକୁ ମଜଭୁତ କରିବା । ୧୩-୧୫ ଅଗଷ୍ଟ ମଧ୍ୟରେ ତ୍ରିରଙ୍ଗା ଉଡାନ୍ତୁ ଅବା ନିଜ ନିଜ ଘରେ ଏହାକୁ ଉଡାନ୍ତୁ । ଏହି ଆନ୍ଦୋଳନ ଜାତୀୟ ପତାକା ସହ ଆମ ସମ୍ପର୍କକୁ ଆହୁରି ମଜଭୁତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri