Posted inଜାତୀୟ

ରାଜା ମହେନ୍ଦ୍ର ପ୍ରତାପ ସିଂ ୟୁନିଭର୍ସିଟିର ଶିଳାନ୍ୟାସ କଲେ ମୋଦି

ଆଲିଗଡ଼,୧୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂ ୟୁନିଭର୍ସିଟିର ଶିଳାନ୍ୟାସ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦିବେନ ପଟେଲ ବି ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ପରେ ମୋଦି ଜନତାଙ୍କୁ ରାଧାଷ୍ଟମୀର ଶୁଭେଚ୍ଛା ଜଣାଇ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି ଆଜିର ଦିନ ଆଲିଗଡ଼ ପାଇଁ ଓ ପଶ୍ଚିମ ଉତ୍ତର ପ୍ରଦେଶ ପାଇଁ ବଡ ଦିନ । ଆଜି ରାଧାଷ୍ଟମୀ ବ୍ରଜ ଭୂମୀର କୋରେ କୋଣେ ରାଧା ହିଁ ରାଧା । ପ୍ରଧାନମନ୍ତ୍ରୀ ତାଙ୍କ ସମ୍ପୋଧନରେ ସ୍ୱର୍ଗୀୟ କଲ୍ୟାଣ ସିଂଙ୍କ ଅନୁପସ୍ଥିତିକୁ ବେଶି ଅନୁଭବ କରିଥିବା କହିଛନ୍ତି । ଡିଫେନ୍ସ ଇଣ୍ଡଷ୍ଟ୍ରିଆଲ କରିଡର ଉଦ୍‌ଘାଟନ କରି ମୋଦି କହିଛନ୍ତି କାଲି ପର୍ଯ୍ୟନ୍ତ ଆଲିଗଡର ଯୁବକ ଘର, ଦୋକାନ ସମ୍ଭାଳିବା କାମ କରୁଥିବା ବେଳେ ୨୧ତମ ଶତାବ୍ଦୀରେ ଏବେ ସେମାନେ ସୀମକୁ ସୁରକ୍ଷା ଦେବା କାମ କରିବେ । ପୂର୍ବରୁ ଉତ୍ତରପ୍ରଦେଶରେ କିଭଳି ଘୋଟାଲା ହେଉଥିଲା ତାହା ଜନତା ନିଶ୍ଚିତ ଭାବେ ଜାଣିଥିବେ । ହେଲେ ଏବେ ଯୋଗୀଙ୍କ ନେତୃତ୍ୱରେ ରାଜ୍ୟର ବିକାଶ ହୋଇଥିବା ମଧ୍ୟ ଉତ୍ତର ପ୍ରଦେଶବାସୀ ନିଶ୍ଚିତ ଜାଣି ପାରୁଥିବେ । ଦିନ ଥିଲା ଉତ୍ତର ପ୍ରଦେଶରେ ଗୁଣ୍ଡା ମାଫିଆଙ୍କ ମନମାନୀ ଚାଲୁଥିଲା । ହେଲେ ଏବେ ଚାନ୍ଦା ଆଦାୟ କରିବା ଲୋକେ ପଛକୁ ଘୁଞ୍ଚି ଯାଇଛନ୍ତି ବୋଲି ମୋଦି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri