Posted inଜାତୀୟ

ନୂଆ ବର୍ଷରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଭିଡିଓ କନଫରେନସିଂ ଜରିଆରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଇଛନ୍ତି । ନୂଆବର୍ଷରେ ମୋଦିଙ୍କର ଏହା ପ୍ରଥମ କାର୍ଯ୍ୟକ୍ରମ । ମୋଦି ଗ୍ଲୋବାଲ ହାଉସିଂ ଟେକ୍ନୋଲୋଜି ଚ୍ୟାଲେଞ୍ଜ ଇଣ୍ଡିଆ (ଜିଏଚ୍‌ଟିସି ଇଣ୍ଡିଆ)ଅଧିନରେ ୬ ରାଜ୍ୟରେ ଏହାର ଶିଳାନ୍ୟାସ କରିଛନ୍ତି । ମୋଦିଙ୍କର ଏହି କାର୍ଯ୍ୟକ୍ରମ ଭାରତର ସହରାଞ୍ଚଳ ଡିଜାଇନ୍ ବଦଳାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ପ୍ରମାଣିତ ହେବ । ଏହି କାର୍ଯ୍ୟକ୍ରମରେ ଗୃହ ଓ ସହରୀ ବିକାଶ ମନ୍ତ୍ରୀ ହରଦିପ ସିଂ ପୁରୀଙ୍କ ସମେତ ତ୍ରିପୁରା, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ, ଗୁଜରାଟ, ତାମିଲନାଡୁ ଓ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଥିଲେ । ଏହି ପ୍ରୋଜେକ୍ଟରେ ବିଶେଷ ଧରଣର ଟେକ୍‌ନିକ୍ ବ୍ୟବହାର କରି ଶସ୍ତାରେ ଘର ତିଆରି କରାଯାଇଥାଏ । ଏଥିରେ ଫ୍ୟାକ୍ଟ୍ରିରୁ ଘର ତିଆରି କରିବା ପାଇଁ ବିମ-କଲମ ପ୍ରସ୍ତୁତ କରାଯାଇ ଅଣାଯାଇଥାଏ । ଏହାର ଲାଭ ହେଉଛି ନିର୍ମାଣର ସମୟ ଓ ଖର୍ଚ୍ଚ କମ୍ ହୋଇଯାଇଥାଏ । ସେଥିପାଇଁ ଏହି ପ୍ରୋଜେକ୍ଟରେ ଖର୍ଚ୍ଚ କମ୍ ହୋଇଥାଏ । ଏହି ପ୍ରୋଜେକ୍ଟରେ ତିଆରି ହୋଇଥିବା ଘର ସମ୍ପୂର୍ଣ୍ଣ ଭୂକମ୍ପ ନିରୋଧି ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri