Posted inଜାତୀୟ

ଚଳିତ ମାସରେ ଆମେରିକା ଗସ୍ତ କରିପାରନ୍ତି ମୋଦି: ବାଇଡେନ ରାଷ୍ଟ୍ରପତି ହେବା ପରେ ଏହା ହେବ ମୋଦିଙ୍କ ସହ ପ୍ରଥମ ସାକ୍ଷାତ

ନୂଆଦିଲ୍ଲୀ,୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଆମେରିକା ଯାଇ ପାରନ୍ତି । ସେପ୍ଟେମ୍ବର ୨୩-୨୪କୁ ତାଙ୍କର ଦୁଇ ଦିନିଆ ଗସ୍ତ କାର୍ଯ୍ୟକ୍ରମ ଥିବା ଜଣାପଡିଛି । ଅଫିସିୟାଲି ଏହାର କୌଣସି ଘୋଷଣା କରାଯାଇ ନ ଥିବା ବେଳେ ଏଏନ୍‌ଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମୋଦି ଚଳିତ ମାସ ମଧ୍ୟଭାଗରେ ଆମେରିକା ଗସ୍ତ କରିବାର ସମ୍ଭାବନା ରହିଛି । ପ୍ରଧାନମନ୍ତ୍ରୀ ବାର୍ଷିକ ଉଚ୍ଚ ସ୍ତରୀୟ ସଂଯୁକ୍ତ ରାଷ୍ଟ୍ର ମହାସଭାରେ ଯୋଗ ଦେବାକୁ ନ୍ୟୁୟର୍କ ଯିବେ । ଭାରତ ଜାତିସଂଘ ସୁରକ୍ଷା ପରିଷଦର ଜଣେ ଅସ୍ଥାୟୀ ସଦସ୍ୟ ରହିଛି । ଏହାର ଏକ ମାସିଆ ଅଧ୍ୟକ୍ଷତା ଗତ ମାସରେ ଶେଷ ହୋଇଛି । ସୂଚନାଯୋଗ୍ୟ, ଜୋ ବାଇଡେନ ରାଷ୍ଟ୍ରପତି ହେବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହା ପ୍ରଥମ ଗସ୍ତ ହେବ । ଏହାପୂର୍ବରୁ ୨୦୧୯ରେ ସେ ଆମେରିକା ଗସ୍ତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri