ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଭୟ ନେତାଙ୍କ ସାକ୍ଷାତର ଏକ ଫଟୋ ମଧ୍ୟ ସାମ୍ନାକୁ ଆସିଛି। ଫଟୋରେ ମୋଦି ଆଡଭାନୀଙ୍କ ସହ କଥା ହେଉଥିବା ବେଳେ ତାଙ୍କ ହାତ ଉପରେ ହାତ ରଖିଥିବା ଦେଖାଯାଇଛି । ଏହା ପୂର୍ବରୁ ୨୫ ବର୍ଷର ରାଜନୈତିକ ଯାତ୍ରା ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀର ସରୋଜିନୀ ନଗରସ୍ଥିତ ଶ୍ରୀ ବିନାୟକ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ।

୨୫ ବର୍ଷ ପୂର୍ତ୍ତି ଅବସରରେ ନିଜ ରାଜନୈତିକ ଯାତ୍ରାକୁ ମନେ ପକାଇ ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୦୧ ଅକ୍ଟୋବର ୭ ତାରିଖରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସମୟରେ ସେ କେବେ ଏହି ସ୍ଥାନରେ ପହଞ୍ଚିବେ ବୋଲି ଚିନ୍ତା କରିନଥିଲେ। ଦିଲ୍ଲୀରେ ଏକ ସଭାକୁ ସମ୍ବୋଧିତ କରି ମୋଦି ତାଙ୍କ ୨୫ ବର୍ଷର ଯାତ୍ରାକୁ ନିରନ୍ତର ସେବାର ଯାତ୍ରା ବୋଲି ବର୍ଣ୍ଣନା କରିଥିଲେ । ଏଥିସହ ଭାଜପା, ଏନ୍‌ଡିଏର ସହଯୋଗୀ ଦଳ ଓ ରାଜନୈତିକ ସାଥୀମାନଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, ୨୫ ବର୍ଷ ପୂରଣ ହେବା ନିଜକୁ ପ୍ରଶଂସା କରିବାର ସମୟ ନୁହେଁ, ବରଂ ଏହା କୃତଜ୍ଞତା ଜଣାଇବାର ମୁହୂର୍ତ୍ତ। ବ୍ୟକ୍ତିଗତ ଆକାଂକ୍ଷା ବଦଳରେ ସେବା ଭାବନା ଓ ଏକ ମିଶନ ତାଙ୍କ ରାଜନୈତିକ ଯାତ୍ରାକୁ ପ୍ରେରିତ କରିଛି ବୋଲି ସେ କହିଥିଲେ।

ନିଜ ରାଜନୈତିକ ଜୀବନକୁ ଗଢ଼ି ତୋଳିଥିବା ଅନୁଭୂତି ବିଷୟରେ ମୋଦି କହିଥିଲେ ଯେ, ତାଙ୍କ ଯାତ୍ରାରେ ସମର୍ଥକଙ୍କ ସହ ସମାଲୋଚକଙ୍କର ମଧ୍ୟ ଅବଦାନ ରହିଛି। ସମର୍ଥକମାନେ ତାଙ୍କୁ ଉତ୍ସାହ ଦେଇଥିବା ବେଳେ ସମାଲୋଚକମାନେ ତାଙ୍କୁ ଆତ୍ମସମୀକ୍ଷା କରିବା ଶିଖାଇଛନ୍ତି। ତାଙ୍କୁ ତଳକୁ ଟାଣିବାକୁ ଚେଷ୍ଟା କରିଥିବା ଲୋକମାନେ ହିଁ ପୁଣି ଉଠି ଛିଡ଼ା ହେବା ଶିଖାଇଛନ୍ତି । ନିଜ ଭାଷଣର ଶେଷରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ୨୫ ବର୍ଷ ପୂରଣକୁ ବିଶ୍ରାମର ଏକ ପର୍ଯ୍ୟାୟ ଭାବେ ଦେଖିବା ଉଚିତ ନୁହେଁ। ବରଂ ଏହା ସେବାର ଆଉ ଏକ ପର୍ଯ୍ୟାୟର ଆରମ୍ଭ । ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଦିଗରେ ଦେଶ ଆଗକୁ ବଢ଼ିବ ଏବଂ ଏହି ଲକ୍ଷ୍ୟ ହାସଲ କରିବାରେ ସମସ୍ତେ ମିଳିତ ଭାବେ ସଫଳ ହେବେ ବୋଲି ମୋଦି କହିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?