ଜାପାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି

ଟୋକିଓ,୨୭।୯: ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଟୋକିଓରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଡାଙ୍କୁ ଭେଟିଛନ୍ତି। ଏହି ସମୟରେ ଭାରତ-ଜାପାନ ସମ୍ପର୍କକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଫୁମିଓ କିଶିଡାଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ନିଶ୍ଚିତ ଯେ ଆପଣଙ୍କ ନେତୃତ୍ୱରେ ଭାରତ-ଜାପାନ ସମ୍ପର୍କ ଗଭୀରତା ବଢାଇବ ଏବଂ ନୂତନ ଉଚ୍ଚତାକୁ ବୃଦ୍ଧି କରିବ ଏବଂ ଆମେ ବିଶ୍ୱ ସମସ୍ୟାର ସମାଧାନରେ ଉପଯୁକ୍ତ ଭୂମିକା ଗ୍ରହଣ କରିପାରିବା।
ଏହି ସମୟରେ ମୋଦି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ମଧ୍ୟ ମନେ ପକାଇଥିଲେ। ସେ କହିଛନ୍ତି, ଆମେ ଆଜି ଦୁଃଖର ଏହି ସମୟରେ ସାକ୍ଷାତ କରୁଛୁ। ଶେଷ ଥର ପାଇଁ ମୁଁ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସହ ଏକ ଦୀର୍ଘ ବାର୍ତ୍ତାଳାପ କରିଥିଲି। ଭାରତ ସିଞ୍ଜୋ ଆବେଙ୍କୁ ମନେପକାଉଛି। ଜୁଲାଇରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଆଜି ଆବେଙ୍କ ରାଜକୀୟ ଅନ୍ତିମ ସଂସ୍କାର କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବାକୁ ଜାପାନରେ ପହଞ୍ଚିଛନ୍ତି। ଏହି ସମୟରେ ଅନ୍ୟ ଦେଶର ମୁଖ୍ୟମାନେ ମଧ୍ୟ ଜାପାନରେ ପହଞ୍ଚିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?