Posted inଜାତୀୟ

ରୁଷିଆ-ତୁର୍କି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା

ସମରକନ୍ଦ,୧୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ଶିଖର ସମ୍ମିଳନୀରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଦଗାନ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିଛନ୍ତି। ଏହି ସମୟରେ ମୋଦି ଉଭୟ ନେତାଙ୍କ ସହ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଛନ୍ତି।

ପୁଟିନଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ମୋଦି କହିଛନ୍ତି, ଆଜି ମଧ୍ୟ ବିଶ୍ୱର ବିକାଶଶୀଳ ଦେଶ ପାଇଁ ସବୁଠାରୁ ବଡ଼ ସମସ୍ୟା ହେଲା ଖାଦ୍ୟ ନିରାପତ୍ତା, ଇନ୍ଧନ ନିରାପତ୍ତା, ସାର ସମସ୍ୟା। ଏଥିଲାଗି ଉପାୟ ଖୋଜିବାକୁ ହେବ। ଆପଣଙ୍କୁ ମଧ୍ୟ ଏଥିଲାଗି ପଦକ୍ଷେପ ନେବାକୁ ହେବ। ଆଜିର ଯୁଗ ଯୁଦ୍ଧର ନୁହେଁ। ଗଣତନ୍ତ୍ର କୂଟନୀତି ଏବଂ ସଂଳାପ କିଭଳି ଭାବେ ବିଶ୍ୱରେ କିଭଳି ପ୍ରଭାବ ପକାଏ ସେ ବିଷୟରେ ଫୋନରେ ଅନେକ ଥର ଆପଣଙ୍କ ସହ କଥା ହୋଇଛି। ଆପଣଙ୍କୁ ଏବଂ ୟୁକ୍ରେନକୁ କୃତଜ୍ଞତା ଜଣାଇବାକୁ ଚାହେଁ ଯେ ବିପଦ ସମୟରେ ଯେତେବେଳେ ଆମର ହଜାର ହଜାର ଛାତ୍ର ୟୁକ୍ରେନରେ ଫସି ରହିଥିଲେ, ସେତେବେଳେ ଆପଣମାନଙ୍କ ସାହାଯ୍ୟରେ ଆମେ ଆମର ଛାତ୍ରମାନଙ୍କୁ ଫେରାଇ ଆଣିବାରେ ସକ୍ଷମ ହେଲୁ।

ସେହିଭଳି ମୋଦି ରାଜାବ ତାଇପଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା ହୋଇଛି। ବିଶେଷକରି ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ଆଞ୍ଚଳିକ-ବିଶ୍ୱସ୍ତରୀୟ ବିକାଶ ଉପରେ ଉଭୟ ନେତା ମତ ବିନିମୟ କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri