Posted inଜାତୀୟ

ରୁଷିଆ-ତୁର୍କି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା

ସମରକନ୍ଦ,୧୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ଶିଖର ସମ୍ମିଳନୀରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଦଗାନ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିଛନ୍ତି। ଏହି ସମୟରେ ମୋଦି ଉଭୟ ନେତାଙ୍କ ସହ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଛନ୍ତି।

ପୁଟିନଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ମୋଦି କହିଛନ୍ତି, ଆଜି ମଧ୍ୟ ବିଶ୍ୱର ବିକାଶଶୀଳ ଦେଶ ପାଇଁ ସବୁଠାରୁ ବଡ଼ ସମସ୍ୟା ହେଲା ଖାଦ୍ୟ ନିରାପତ୍ତା, ଇନ୍ଧନ ନିରାପତ୍ତା, ସାର ସମସ୍ୟା। ଏଥିଲାଗି ଉପାୟ ଖୋଜିବାକୁ ହେବ। ଆପଣଙ୍କୁ ମଧ୍ୟ ଏଥିଲାଗି ପଦକ୍ଷେପ ନେବାକୁ ହେବ। ଆଜିର ଯୁଗ ଯୁଦ୍ଧର ନୁହେଁ। ଗଣତନ୍ତ୍ର କୂଟନୀତି ଏବଂ ସଂଳାପ କିଭଳି ଭାବେ ବିଶ୍ୱରେ କିଭଳି ପ୍ରଭାବ ପକାଏ ସେ ବିଷୟରେ ଫୋନରେ ଅନେକ ଥର ଆପଣଙ୍କ ସହ କଥା ହୋଇଛି। ଆପଣଙ୍କୁ ଏବଂ ୟୁକ୍ରେନକୁ କୃତଜ୍ଞତା ଜଣାଇବାକୁ ଚାହେଁ ଯେ ବିପଦ ସମୟରେ ଯେତେବେଳେ ଆମର ହଜାର ହଜାର ଛାତ୍ର ୟୁକ୍ରେନରେ ଫସି ରହିଥିଲେ, ସେତେବେଳେ ଆପଣମାନଙ୍କ ସାହାଯ୍ୟରେ ଆମେ ଆମର ଛାତ୍ରମାନଙ୍କୁ ଫେରାଇ ଆଣିବାରେ ସକ୍ଷମ ହେଲୁ।

ସେହିଭଳି ମୋଦି ରାଜାବ ତାଇପଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା ହୋଇଛି। ବିଶେଷକରି ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ଆଞ୍ଚଳିକ-ବିଶ୍ୱସ୍ତରୀୟ ବିକାଶ ଉପରେ ଉଭୟ ନେତା ମତ ବିନିମୟ କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri