Posted inଜାତୀୟ

ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଗୁଡ଼ିକୁ ଏହାର ପରିଣାମ ଭୋଗିବାକୁ ହେବ: ମୋଦି

ନୂଆଦିଲ୍ଲୀ,୧୮।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ମାମଲାରେ ଚାଇନା ଏବଂ ପାକିସ୍ତାନ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆତଙ୍କବାଦୀ ପାଣ୍ଠି ଯୋଗାଡ ରୋକିବା ଲାଗି ଶୁକ୍ରବାରଠାରୁ ଦିଲ୍ଲୀରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀରେ ମୋଦି ନାଁ ନ ନେଇ ଦୁଇ ଦେଶକୁ ଟାର୍ଗେଟ କରିଛନ୍ତି। କେତେକ ଦେଶ ଆତଙ୍କବାଦକୁ ସେମାନଙ୍କ ବୈଦେଶିକ ନୀତିର ଅଂଶ ଭାବେ ସମର୍ଥନ କରୁଛନ୍ତି। ଅନ୍ୟ କେତେକ ଦେଶ ପରୋକ୍ଷରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି। ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଗୁଡ଼ିକୁ ଏହାର ପରିଣାମ ଭୋଗିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

‘ନୋ ମନି ଫର୍‌ ଟେରର୍‌’ ବିଷୟବସ୍ତୁ ଉପରେ ୭୦ରୁ ଅଧିକ ଦେଶ ତଥା ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିଙ୍କ ଉପସ୍ଥିତିରେ ମୋଦି କହିଛନ୍ତି, ଆତଙ୍କବାଦୀଙ୍କ ଲାଗି ସହାନୁଭୂତି ସୃଷ୍ଟି କରୁଥିବା ସଂଗଠନ ଏବଂ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଅଲଗା କରାଯିବା ଆବଶ୍ୟକ। କାରଣ ଆତଙ୍କବାଦୀ ସଂଗଠନଗୁଡ଼ିକ ଅନେକ ଉତ୍ସରୁ ଟଙ୍କା ପାଇଥାନ୍ତି। ଗୋଟିଏ ଉତ୍ସ ହେଉଛି କୌଣସି ଏକ ଦେଶର ସହାୟତା। କେତେକ ଦେଶ ସେମାନଙ୍କ ବୈଦେଶିକ ନୀତିର ଏକ ଅଂଶ ଭାବେ ଆତଙ୍କବାଦକୁ ସମର୍ଥନ କରନ୍ତି। ସେମାନେ ତାଙ୍କୁ ରାଜନୈତିକ ଏବଂ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ଅନ୍ତର୍ଜାତୀୟ ସଂଗଠନକୁ ଏହା ଭାବିବା ଉଚିତ ନୁହେଁ ଯେ ଯୁଦ୍ଧ ହେଉ ନାହିଁ ଅର୍ଥ ଶାନ୍ତି। ଛଦ୍ମ ଯୁଦ୍ଧ ମଧ୍ୟ ବିପଜ୍ଜନକ ଏବଂ ହିଂସାତ୍ମକ। ଏଣୁ ଆତଙ୍କବାଦକୁ ପ୍ରତ୍ୟକ୍ଷ ତଥା ପରୋକ୍ଷ ସମର୍ଥନ ବିରୋଧରେ ବିଶ୍ୱ ଏକଜୁଟ୍‌ ହେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!

ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri