Posted inଜାତୀୟ

ପୀଡିତଙ୍କ ଦୁଃଖ ବାଣ୍ଟିବାକୁ ଆଜି ମୋରବି ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧ ।୧୧: ଗୁଜରାଟର ମୋରବି ସହରରେ ମଚ୍ଛୁ ନଦୀ ଉପରେ ଥିବା କେବଲ ସସପେନସନ ପୋଲ ଭାଙ୍ଗି ଯିବାରୁ ଏବେ ପର୍ଯ୍ୟନ୍ତ ୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ୧୦୦ରୁ ଅଧିକ ଆହତଙ୍କର ଏବେ ଚିକିତ୍ସା ଚାଲିଛି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୋରବି ଗସ୍ତ କରି ପୀଡିତଙ୍କ ଦୁଃଖ ବାଣ୍ଟିବେ ବୋଲି ଜଣାପଡିଛି । ସୋମବାର ମୋଦି କେବଡିୟାରେ ଥିବା ବେଳେ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଥିଲେ ଏହାସହ ପୀଡିତଙ୍କର ଚିକିତ୍ସା ଓ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା କହିଥିଲେ । ଏହାସହ ସୋମବାର ସେ ଏକ ଉଚ୍ଚ ସ୍ତରୀୟ ବୈଠକ ଡାକିଥିଲେ । ମୋଦି କହିଥିଲେ ଗୁଜରାଟ ସରକାର ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରୁଛନ୍ତି, କେନ୍ଦ୍ରବି ରାଜ୍ୟ ସରକାରଙ୍କୁ ଏନେଇ ଯଥା ସମ୍ଭବ ସହାୟତା ଯୋଗାଇ ଦେବ ।
ମୋଦି ସୋମବାର ତାଙ୍କ ଉଦ୍‌ବୋଧନ ଦେବା ସମୟରେ ମୋରବି ଘଟଣାକୁ ନେଇ ଭାବୁକ ହୋଇ ପଡିଥିଲେ । ଏହାସହ ପୀଡିତଙ୍କ ପରିବାର ପ୍ରତି ସମବେଦନା ଜଣାଇଥିଲେ । ସରକାର ସବୁ ପରିସ୍ଥିତିରେ ଶୋକ ସନ୍ତପ୍ତ ପରିବାର ସହ ଅଛନ୍ତି ବୋଲି ମୋଦି କହିଥିଲେ ।
ତେବେ ମୋଦିଙ୍କ ମୋରବି ଗସ୍ତ ପୂର୍ବରୁ ବିରୋଧି ଅନେକ ପ୍ରଶ୍ନ ଉଠାଇଛନ୍ତି । ସିଭିଲ ହସ୍ପିଟାଲରେ ଯେଉଁଠି ଆହତଙ୍କ ଚିକିତ୍ସା ଚାଲିଛି ସେଠାରେ ରଙ୍ଗ ଛାଡିଯାଇଥିବା ଓ ଟାଇଲ ଉଠିଯାଇଥିବାରୁ ମରାମତି କାମ ହେଉଥିବା ଦେଖାଯାଇଛି । ଏହାକୁ ନେଇ କଂଗ୍ରେସ ଭିନ୍ନ ଭିନ୍ନ ପ୍ରଶ୍ନ କରିଛି । ଏହାସହ କଂଗ୍ରେସ ନେତା ସୁପ୍ରିୟା ଶ୍ରୀନେତ ଏହାର କିଛି ଫଟୋ ଟୁଇଟ କରି ମୋଦିଙ୍କୁ ଟାର୍ଗେଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri