Posted inଜାତୀୟ

ଆଜି ଶପଥ, ସ୍ଥାୟିତ୍ୱ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୯।୬ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟା ୭ଟା ୧୫ରେ ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେବାକୁ ଯାଉଛନ୍ତି। ଏଥିଲାଗି ରାଷ୍ଟ୍ରପତି ଭବନରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ମାଳଦ୍ୱୀପ, ଶ୍ରୀଲଙ୍କା, ବାଂଲାଦେଶ, ନେପାଳ, ଭୁଟାନ, ମରିସସ୍‌ ଓ ସିଚେଲ୍ସର ରାଷ୍ଟ୍ରମୁଖ୍ୟମାନଙ୍କୁ ନିମନ୍ତ୍ରଣ କରାଯାଇଛି। କିନ୍ତୁ ଦେଶ ଭିତରେ ବିରୋଧୀ ଦଳଗୁଡ଼ିକର ନେତାଙ୍କୁ ନିମନ୍ତ୍ରଣ କରାଯିବା ପରମ୍ପରାକୁ ଅଣଦେଖା କରାଯାଇ ସେମାନଙ୍କୁ ଡକାଯାଇନାହିଁ। ବିଦେଶୀ ନେତାଙ୍କୁ ନିମନ୍ତ୍ରଣ କରି ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ନେତାଙ୍କୁ ନ ଡାକିବା ଦୁର୍ଭାଗ୍ୟଜନକ ବୋଲି କଂଗ୍ରେସ ସମାଲୋଚନା କରିଛି। ମୋଦି ତାଙ୍କ କ୍ଷମତା ରାଜନୀତିର ୨୨ ବର୍ଷର କ୍ୟାରିୟର ଭିତରେ ପ୍ରଥମ ଥର ପାଇଁ ବିନା ସଂଖ୍ୟାଗରିଷ୍ଠତାରେ ସରକାର ଚଳାଇବାକୁ ଯାଉଛନ୍ତି। ମେଣ୍ଟ ସରକାର ଚଳାଇବା ନେଇ ତାଙ୍କର କୌଣସି ପୂର୍ବ ଅଭିଜ୍ଞତା ନାହିଁ। ଏଭଳି ସ୍ଥିତିରେ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି), ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏବଂ ଅନ୍ୟ ସହଯୋଗୀ ଦଳଗୁଡ଼ିକ ଉପରେ ମୋଦିଙ୍କୁ ସବୁବେଳେ ନିର୍ଭର କରିବାକୁ ପଡ଼ିବ। ତେଣୁ ମୋଦି ୩.୦ ସରକାରର ସ୍ଥାୟିତ୍ୱ ଉପରେ ପ୍ରଶ୍ନ ଉଠିଲାଣି।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୋଦିଙ୍କୁ ଅଭିନନ୍ଦନ ଜଣାଇବାକୁ ମନା କରିଦେଇଛନ୍ତି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା କହିଛନ୍ତି, ସଂଖ୍ୟାଗରିଷ୍ଠତା ପାଇ ନ ଥିବା ଏକ ଅସାମ୍ବିଧାନିକ ଓ ବେଆଇନ ଦଳକୁ ସେ ଶୁଭେଚ୍ଛା ଜଣାଇପାରିବେ ନାହିଁ। ଇଣ୍ଡିଆ ବ୍ଲକ୍‌ ସରକାର ଗଠନ ପାଇଁ ଦାବି ଜଣାଇନାହିଁ। କିନ୍ତୁ ଆଗାମୀ ଦିନରେ ଜଣାଇପାରେ। କିଛି ସମୟ ଅପେକ୍ଷା କରାଯାଉ। କିଛି ଦିନ ଭିତରେ ଇଣ୍ଡିଆ ବ୍ଲକ୍‌ ସରକାର ଗଢ଼ିବ। ଲୋକ ସଭା ନିର୍ବାଚନରେ ମୋଦି ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବେ ବୋଲି ଆଶା କରିଥିଲେ। କିନ୍ତୁ ସରକାର ଗଢ଼ିବା ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୨୭୨ ଛୁଇଁପାରିଲେ ନାହିଁ। ତାଙ୍କ ଦଳକୁ ମାତ୍ର ୨୪୦ ଆସନ ମିଳିଛି, ଯାହାକି କୁହୁକ ସଂଖ୍ୟାଠାରୁ ୩୨ କମ୍‌। ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତା ବିନା ଏକ ଦୁର୍ବଳ ଓ ଅସ୍ଥିର ସରକାର କିପରି ସମ୍ବିଧାନ ସଂଶୋଧନ କରି ବିଲ୍‌ଗୁଡ଼ିକୁ ପାସ୍‌ କରାଇବ ବୋଲି ମମତା ପ୍ରଶ୍ନ କରିଛନ୍ତି। ସେହିପରି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ମୁଖ୍ୟ ଫାରୁକ୍‌ ଅବ୍‌ଦୁଲ୍ଲା କହିଛନ୍ତି, ଏହି ସରକାରର କୌଣସି ସ୍ଥାୟିତ୍ୱ ନାହିଁ। ଆଗକୁ କ’ଣ ହେଉଛି ଦେଖାଯାଉ। ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ କହିଛନ୍ତି, ଏହି ସରକାର ବର୍ଷେ ତିଷ୍ଠିବ ନାହିଁ। ଦେଶରେ ୬ ମାସରୁ ବର୍ଷକ ଭିତରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ହେବ ବୋଲି ସେ ଭବିଷ୍ୟବାଣୀ କରିଛନ୍ତି। ଏଥିପାଇଁ କଂଗ୍ରେସ ନେତା ଓ କର୍ମୀ ପ୍ରସ୍ତୁତ ହୋଇ ରୁହନ୍ତୁ ବୋଲି ବଘେଲ ପରାମର୍ଶ ଦେଇଛନ୍ତି।
ଇତିମଧ୍ୟରେ ପାକିସ୍ତାନ ମଧ୍ୟ ମୋଦିଙ୍କୁ ଅଭିନନ୍ଦନ ଜଣାଇବାକୁ ମନା କରିଦେଇଛି। ପାକିସ୍ତାନ ବହିର୍ବ୍ୟାପାର
ମନ୍ତ୍ରଣାଳୟ ମୁଖପାତ୍ର ମମତାଜ୍‌ ଜହରା କହିଛନ୍ତି, ମୋଦି ସରକାର ଗଠନ କରିନାହାନ୍ତି। ଭାରତରେ ସରକାର ଗଠନ ପ୍ରକ୍ରିୟା ଚାଲିଛି। କିଛି ନ ହେଉଣୁ କିପରି ଅଭିନନ୍ଦନ ଜଣାଇବୁ।
ଉଲ୍ଲେଖଯୋଗ୍ୟ, ସଦ୍ୟ ସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ଏନ୍‌ଡିଏକୁ ୨୯୩ ଆସନ ମିଳିଛି। ନୂଆ ଏନ୍‌ଡିଏ ସରକାରରେ ଭାଜପା ସହ ସହଯୋଗୀ ଦଳଗୁଡ଼ିକୁ ଅଧିକ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି। ଶୁକ୍ରବାର ଏନ୍‌ଡିଏ ସଂସଦୀୟ ଦଳ ବୈଠକ ବସି ମୋଦିଙ୍କୁ ଆନୁଷ୍ଠାନିକ ଭାବେ ନେତା ନିର୍ବାଚିତ କରାଯାଇଥିଲା। ଏହାପରେ ସେ ରାଷ୍ଟ୍ରପତି ଭବନ ଯାଇ ସରକାର ଗଠନ ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାବି ଜଣାଇଥିଲେ। ରାଷ୍ଟ୍ରପତି ତାଙ୍କୁ ଭାବୀ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବା ସହ ରବିବାର ଶପଥ ଗ୍ରହଣ ପାଇଁ ଆମନ୍ତ୍ରଣ କରିଥିଲେ। ରବିବାର ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବାକୁ ଯାଉଛି। ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ସମେତ ୭ ପଡ଼ୋଶୀ ଦେଶ ତଥା ଭାରତ ମହାସାଗର ଅଞ୍ଚଳର ନେତାମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ତେବେ ଚାଇନା ଏବଂ ପାକିସ୍ତାନ ନେତାଙ୍କୁ ଉତ୍ସବକୁ ନିମନ୍ତ୍ରଣ କରାଯାଇ ନାହିଁ। ଇତିମଧ୍ୟରେ ହାସିନା ଏବଂ ସିଚେଲ୍ସ ଉପରାଷ୍ଟ୍ରପତି ଅହମଦ ଆଫିଫ୍‌ ଦିଲ୍ଲୀରେ ପହଞ୍ଚତ୍ ସାରିଛନ୍ତି। ବାହାର ନେତାଙ୍କ ସମେତ ଦେଶର ଶାସକ ଦଳର ବହୁ ନେତା ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉତ୍ସବରେ ଉପସ୍ଥିତ ରହିବେ। ତେବେ କଂଗ୍ରେସ ଓ ଇଣ୍ଡିଆ ବ୍ଲକ୍‌ର ନେତାମାନଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ। କଂଗ୍ରେସ ନେତାମାନେ ନିମନ୍ତ୍ରଣ ପାଇଲେ ଉତ୍ସବରେ ଯୋଗଦେବା ନେଇ ବିଚାର କରିବେ ବୋଲି ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି।
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ଦିଲ୍ଲୀରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷାରେ ଅର୍ଦ୍ଧସାମରିକ ବାହିନୀ, ଏନ୍‌ଏସ୍‌ଜି, ଡ୍ରୋନ୍‌ ଏବଂ ସ୍ନିପରଙ୍କୁ ନିୟୋଜିତ କରାଯିବା ସହ ଅତିଥିମାନଙ୍କୁ ଉତ୍ସବସ୍ଥଳକୁ ଆଣିବା ଲାଗି ସ୍ବତନ୍ତ୍ର ରୁଟ୍‌ ଓ ସୁରକ୍ଷା ବ୍ୟବସ୍ଥା ହୋଇଛି।

ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଶପଥ ଗ୍ରହଣ ଉତ୍ସବକୁ ଅନେକ ଅନ୍ତର୍ଜାତୀୟ ନେତା ଏବଂ ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ନିମନ୍ତ୍ରଣ କରାଯାଇଛି। କିନ୍ତୁ ବିରୋଧୀ ‘ଇଣ୍ଡିଆ’ ମେଣ୍ଟର ନେତାମାନଙ୍କୁ ଏଥିରେ ସାମିଲ ହେବାକୁ ଡକାଯାଇନାହିଁ। ଏହାକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ବିଦେଶୀ ଅତିଥିମାନଙ୍କୁ ଶପଥ ଗ୍ରହଣ ଉତ୍ସବକୁ ଡକାଯାଇଛି। ଆମକୁ ନିମନ୍ତ୍ରଣ କରାଗଲେ ସାମିଲ ହେବା ନେଇ ଚିନ୍ତା କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri