Posted inଜାତୀୟ

ସିନ୍ଧେ-ଫଡନବିସ୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରାୟ ଦୁଇ ସପ୍ତାହ ଧରି ଚାଲିଥିବା ରାଜନୈତିକ ସଙ୍କଟ ପରେ ମହାରାଷ୍ଟ୍ରକୁ ଗୁରୁବାର ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ଏକ ନୂତନ ସରକାର ମିଳିଛି। ରାଜଭବନରେ ରାଜ୍ୟପାଳ ଭାଗବତ ସିଂ କୋଶିୟାରୀଙ୍କ ଦ୍ୱାରା ସିନ୍ଧେ ଶପଥ ଗ୍ରହଣ କରିଥିଲେ। ତାଙ୍କ ସହ ୨ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫଡନବିସ୍‌ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ଉଭୟ ନେତାଙ୍କ ଶପଥ ଗ୍ରହଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି। ମୋଦି ୨ଟି ଟୁଇଟ କରିଛନ୍ତି। ପ୍ରଥମଟିରେ ସେ କହିଛନ୍ତି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଏକନାଥ ସିନ୍ଧେଙ୍କୁ ଅଭିନନ୍ଦନ। ସେ ଜଣେ ତୃଣମୂଳ ସ୍ତରର ନେତା। ସେ ତାଙ୍କ ସହିତ ସମୃଦ୍ଧ ରାଜନେତିକ, ବିଧାନସଭା ଏବଂ ପ୍ରଶାସନିକ ଅଭିଜ୍ଞତା ଆଣିଛନ୍ତି। ମୁଁ ନିଶ୍ଚିତ ଯେ ସେ ମହାରାଷ୍ଟ୍ରକୁ ଅଧିକ ଉଚ୍ଚତାକୁ ନେବା ଦିଗରେ କାର୍ଯ୍ୟ କରିବେ ବୋଲି ମୋଦି କହିଛନ୍ତି। ଅନ୍ୟପଟେ ଦ୍ୱିତୀୟ ଟୁଇଟରେ ମୋଦି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଦେବେନ୍ଦ୍ର ଫଡନବିସ୍‌ଙ୍କୁ ଅଭିନନ୍ଦନ ଜଣାଉଛି। ଫଡନବିସ୍‌ ପ୍ରତ୍ୟେକ ଭାଜପା କର୍ମକର୍ତ୍ତାଙ୍କ ପାଇଁ ଏକ ପ୍ରେରଣା। ତାଙ୍କର ଅଭିଜ୍ଞତା ଏବଂ ପାରଦର୍ଶୀତା ସରକାରଙ୍କ ପାଇଁ ଏକ ସମ୍ପତ୍ତି ହେବ। ମୁଁ ନିଶ୍ଚିତ ଯେ, ସେ ମହାରାଷ୍ଟ୍ରର ବିକାଶ ପଥକୁ ଆହୁରି ସୁଦୃଢ଼ କରିବେ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?