Posted inଜାତୀୟ

ଗୁରୁଦିବସରେ ମୋଦିଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୯: ଗୁରୁଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍କୁଲ ଫର୍‌ ରାଇଜିଂ ଇଣ୍ଡିଆ (ପିଏମ୍‌- ଏସ୍‌ଏଚ୍‌ଆରଆଇ) ଯୋଜନା ଅଧୀନରେ ସମଗ୍ର ଭାରତର ୧୪,୫୦୦ ବିଦ୍ୟାଳୟର ବିକାଶ ଏବଂ ନବୀକରଣ କରାଯିବ। ଗୁରୁଦିବସ ଅବସରରେ ଏକ ନୂତନ ପଦକ୍ଷେପ ଘୋଷଣା କରି ବହୁତ ଖୁସି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ଦ୍ୱାରା ଅନ୍ତର୍ଭୁକ୍ତ ହୋଇଥିବା ମଡେଲରେ ସ୍କୁଲ କରାଯିବ। ବିଦ୍ୟାଳୟରେ ଶିକ୍ଷା ପ୍ରଦାନର ଏକ ଆଧୁନିକ, ପରିବର୍ତ୍ତନଶୀଳ ଉପାୟ ରହିବ। ଅତ୍ୟାଧୁନିକ ଜ୍ଞାନକୌଶଳ, ସ୍ମାର୍ଟ ଶ୍ରେଣୀଗୃହ, କ୍ରୀଡା ସହ ଆଧୁନିକ ଇମ୍ଫ୍ରା ଉପରେ ମଧ୍ୟ ଧ୍ୟାନ ଦିଆଯିବ। ନିକଟରେ ଜାତୀୟ ଶିକ୍ଷା ନୀତି ଚଳିତ ବର୍ଷର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିଛି। ପିଏମ୍‌-ଏସ୍‌ଏଚ୍‌ଆରଆଇ ବିଦ୍ୟାଳୟ ଏନ୍‌ଇପି ଅନୁଯାଇ ଭାରତର ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ମୋଦି କହିଛନ୍ତି। ଅନ୍ୟପଟେ ଶିକ୍ଷକ ଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି କଥା ହୋଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମକୁ କେବଳ ଛାତ୍ରଙ୍କୁ ଶିକ୍ଷିତ କରିବାକୁ ପଡିବ ନାହିଁ ବରଂ ସେମାନଙ୍କ ଜୀବନ ମଧ୍ୟ ପରିବର୍ତ୍ତନ କରିବାକୁ ପଡିବ। ଭାରତ ଏହାର ଶିକ୍ଷାଗତ ପରିବେଶକୁ ମଜଭୁତ କରିବା ପାଇଁ ସଠିକ୍‌ ଦିଗରେ ଗତି କରୁଛି ବୋଲି ମୋଦି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?