Posted inଜାତୀୟ

ଗୁରୁଦିବସରେ ମୋଦିଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୯: ଗୁରୁଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍କୁଲ ଫର୍‌ ରାଇଜିଂ ଇଣ୍ଡିଆ (ପିଏମ୍‌- ଏସ୍‌ଏଚ୍‌ଆରଆଇ) ଯୋଜନା ଅଧୀନରେ ସମଗ୍ର ଭାରତର ୧୪,୫୦୦ ବିଦ୍ୟାଳୟର ବିକାଶ ଏବଂ ନବୀକରଣ କରାଯିବ। ଗୁରୁଦିବସ ଅବସରରେ ଏକ ନୂତନ ପଦକ୍ଷେପ ଘୋଷଣା କରି ବହୁତ ଖୁସି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ଦ୍ୱାରା ଅନ୍ତର୍ଭୁକ୍ତ ହୋଇଥିବା ମଡେଲରେ ସ୍କୁଲ କରାଯିବ। ବିଦ୍ୟାଳୟରେ ଶିକ୍ଷା ପ୍ରଦାନର ଏକ ଆଧୁନିକ, ପରିବର୍ତ୍ତନଶୀଳ ଉପାୟ ରହିବ। ଅତ୍ୟାଧୁନିକ ଜ୍ଞାନକୌଶଳ, ସ୍ମାର୍ଟ ଶ୍ରେଣୀଗୃହ, କ୍ରୀଡା ସହ ଆଧୁନିକ ଇମ୍ଫ୍ରା ଉପରେ ମଧ୍ୟ ଧ୍ୟାନ ଦିଆଯିବ। ନିକଟରେ ଜାତୀୟ ଶିକ୍ଷା ନୀତି ଚଳିତ ବର୍ଷର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିଛି। ପିଏମ୍‌-ଏସ୍‌ଏଚ୍‌ଆରଆଇ ବିଦ୍ୟାଳୟ ଏନ୍‌ଇପି ଅନୁଯାଇ ଭାରତର ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହେବେ ବୋଲି ମୋଦି କହିଛନ୍ତି। ଅନ୍ୟପଟେ ଶିକ୍ଷକ ଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି କଥା ହୋଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମକୁ କେବଳ ଛାତ୍ରଙ୍କୁ ଶିକ୍ଷିତ କରିବାକୁ ପଡିବ ନାହିଁ ବରଂ ସେମାନଙ୍କ ଜୀବନ ମଧ୍ୟ ପରିବର୍ତ୍ତନ କରିବାକୁ ପଡିବ। ଭାରତ ଏହାର ଶିକ୍ଷାଗତ ପରିବେଶକୁ ମଜଭୁତ କରିବା ପାଇଁ ସଠିକ୍‌ ଦିଗରେ ଗତି କରୁଛି ବୋଲି ମୋଦି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri