Posted inଜାତୀୟ

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି କରାଯାଇଥିଲା। ଡାକ୍ତରୀ ଦଳର ତମାମ ଉଦ୍ୟମ ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇପାରିଲା ନାହିଁ। ସେ ରାତି ୯ଟା ୧୫ ମିନିଟରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି ବୋଲି ଏମ୍ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।
ମନମୋହନ ସିଂଙ୍କୁ ଶେଷ ସମ୍ମାନ ଜଣାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ୩ ମୋତିଲାଲ ନେହେରୁ ମାର୍ଗରେ ତାଙ୍କ ବାସଭବନରେ ପହଞ୍ଚିଛନ୍ତି। ତାଙ୍କ ପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଜେପି ନଡ୍ଡା ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଆସିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ରାଜକୀୟ ସମ୍ମାନରେ ଅନ୍ତିମ ସଂସ୍କାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri