ମୋଦିଙ୍କୁ ଇମ୍ପ୍ରେସ କଲେ ତାଞ୍ଜାନିଆ ସୋସିଆଲ ମିଡିଆ ଷ୍ଟାର କିଲି ପଲ

ନୂଆଦିଲ୍ଲୀ,୨୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ତାଞ୍ଜାନିଆର ଲୋକପ୍ରିୟ ସୋସିଆଲ ମିଡିଆ ଷ୍ଟାର କିଲି ପଲଙ୍କର ପ୍ରଶଂସା କରିଛନ୍ତି । ବଲିଉଡର ଜଣାଶୁଣା ଗୀତକୁ ଗୁଣୁଗୁଣାଇ ଭିଡିଓ କରିଥିବା ତାଞ୍ଜାନିଆର ସୋସିଆଲ ମିଡିଆ ଷ୍ଟାର ଭଉଣୀ-ଭାଇ କିଲି ପଲ ଓ ତାଙ୍କ ଭଉଣୀ ନିମା ପଲଙ୍କର ଖୁବ୍ ପ୍ରଶଂସା କରିଛନ୍ତି ମୋଦି । ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ଭଉଣୀ-ଭାଇଙ୍କ ମଧ୍ୟରେ ଭାରତୀୟ ସଙ୍ଗିତ ପ୍ରତି ଭଲପାଇବା ରହିଛି ଯାହା ଫଳରେ ସେମାନେ ଆଜି ଏତେ ଲୋକପ୍ରିୟ ହୋଇ ପାରିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ ତାଞ୍ଜାନିଆରେ ଥିବା ଭାରତୀୟ ହାଇ କମିଶନ ପଲଙ୍କ୍‌ୁ ସମ୍ମାନୀତ କରିଥିଲେ । ତେବେ ଭାରତୀୟ ଗୀତଗୁଡିକୁ ଲିପସିଙ୍କ କରି କିଲି ପଲ ଏବେ ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛନ୍ତି । ସୋସିଆଲ ମିଡିଆରେ ତାଙ୍କର ଲକ୍ଷ ଲକ୍ଷ ଫ୍ୟାନ ଫଲୋଇଙ୍ଗସ୍ ରହିଛନ୍ତି । ଏମିତିକ ବଲିଉଡର କେତେଜଣ ଷ୍ଟାର କିଲିଙ୍କୁ ସୋସିଆଲ ମିଡିଆରେ ଫଲୋ କରୁଛନ୍ତି । ଫିଲ୍ମ ‘ଶେରଶାହ’ର ଗୀତ ‘ରାଂତା ଲମ୍ବିୟା’କୁ ଗୁଣୁଗୁଣାଇ ପଲ ଏକ ଭିଡଓ ସୋସିଆଲ ମିଡିଆରେ ଅପଲୋଡ କରିଥିଲେ ଆଉ ଏହା ଚର୍ଚ୍ଚାକୁ ଆସିଥିଲା । ଉକ୍ତ ଭିଡିଓରେ ସେ ତାଙ୍କ ଭଉଣୀ ନିମା ପଲଙ୍କ ସହ ନଜର ଆସିଥିଲେ । ଏହାପରେ ହିଁ ପଲ ଇନଷ୍ଟାଗ୍ରାମରେ ଲୋକପ୍ରିୟ ହୋଇ ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri