ମୁଖ୍ୟମନ୍ତ୍ରୀଙ୍କ ଏପରି ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, କହିଲେ ଏପରି

ଭୁବନେଶ୍ୱର,୬।୧: ସାମାଜିକ ଗଣମାଧ୍ୟମ ଏକ୍ସ’ରେ ପୋଷ୍ଟ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ମଙ୍ଗଳବାର ଅର୍ଥାତ ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀ ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଅବସରରେ ଦେଶର ବଡ ବଡ ନେତା ମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ପୋଷ୍ଟ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଲେଖିଛନ୍ତି, “ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା। ରାଜ୍ୟର ବିକାଶ ଧାରାକୁ ତ୍ୱରାନ୍ୱିତ କରିବା ଏବଂ ଯୁବବର୍ଗଙ୍କୁ ସଶକ୍ତ କରିବା ପାଇଁ ସେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି। ଜନସେବା ପାଇଁ ତାଙ୍କର ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି।”

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଲେଖିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଅନୁଯାୟୀ ମୁଖ୍ୟମନ୍ତ୍ରୀ ରାଜ୍ୟରେ ସୁଶାସନ ଓ ଜନସେବାକୁ ନୂତନ ଗତି ପ୍ରଦାନ କରୁଥିବା ସେ କହିଛନ୍ତି।

ଏମାନଙ୍କ ସହିତ ନିତିନ ଗଡ଼କରୀ, ଯୋଗୀ ଆଦିତ୍ୟନାଥ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଦି ପୋଷ୍ଟ କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ୧୯୭୨ରେ କେନ୍ଦୁଝର ଜିଲା ସାନ୍ତାଳ ଆଦିବାସୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ୧୯୯୭ରେ ସରପଞ୍ଚ ଭାବେ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ପରେ କେନ୍ଦୁଝର ଆସନରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୨୪ ବିଧାନସଭା ନିର୍ବାଚନ ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri