ମୁଖ୍ୟମନ୍ତ୍ରୀଙ୍କ ଏପରି ପ୍ରୟାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, କହିଲେ ଏପରି

ଭୁବନେଶ୍ୱର,୬।୧: ସାମାଜିକ ଗଣମାଧ୍ୟମ ଏକ୍ସ’ରେ ପୋଷ୍ଟ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ମଙ୍ଗଳବାର ଅର୍ଥାତ ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀ ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଅବସରରେ ଦେଶର ବଡ ବଡ ନେତା ମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ପୋଷ୍ଟ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଲେଖିଛନ୍ତି, “ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା। ରାଜ୍ୟର ବିକାଶ ଧାରାକୁ ତ୍ୱରାନ୍ୱିତ କରିବା ଏବଂ ଯୁବବର୍ଗଙ୍କୁ ସଶକ୍ତ କରିବା ପାଇଁ ସେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି। ଜନସେବା ପାଇଁ ତାଙ୍କର ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରୁଛି।”

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଲେଖିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଅନୁଯାୟୀ ମୁଖ୍ୟମନ୍ତ୍ରୀ ରାଜ୍ୟରେ ସୁଶାସନ ଓ ଜନସେବାକୁ ନୂତନ ଗତି ପ୍ରଦାନ କରୁଥିବା ସେ କହିଛନ୍ତି।

ଏମାନଙ୍କ ସହିତ ନିତିନ ଗଡ଼କରୀ, ଯୋଗୀ ଆଦିତ୍ୟନାଥ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆଦି ପୋଷ୍ଟ କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ୧୯୭୨ରେ କେନ୍ଦୁଝର ଜିଲା ସାନ୍ତାଳ ଆଦିବାସୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ୧୯୯୭ରେ ସରପଞ୍ଚ ଭାବେ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ପରେ କେନ୍ଦୁଝର ଆସନରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୨୪ ବିଧାନସଭା ନିର୍ବାଚନ ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

Share