‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି, କହିଲେ ଓଡ଼ିଶାର…

ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ ଲୋକ ମନ ବଳାଉଛନ୍ତି। କଫି ଚାଷରେ ମହିଳାଙ୍କ ସହଭାଗିତାକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଆଜିର ସମୟରେ କୋରାପୁଟ କଫିରୁ ବହୁ ଲାଭ ମିଳୁଛି।

ସେହିପରି ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀ ଛଟ୍‌ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍‌ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।

୨୦୧୪ରେ ପ୍ରଥମେ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri