‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି, କହିଲେ ଓଡ଼ିଶାର…

ନୂଆଦିଲ୍ଲୀ,୨୬ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି ଛାଡ଼ି କଫି ଚାଷରେ ଅନେକ ଲୋକ ମନ ବଳାଉଛନ୍ତି। କଫି ଚାଷରେ ମହିଳାଙ୍କ ସହଭାଗିତାକୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଆଜିର ସମୟରେ କୋରାପୁଟ କଫିରୁ ବହୁ ଲାଭ ମିଳୁଛି।

ସେହିପରି ପ୍ରାରମ୍ଭରେ ପ୍ରଧାନମନ୍ତ୍ରୀ ଛଟ୍‌ ପର୍ବର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଛଟ୍‌ ପର୍ବ ହିଁ ଏକତାର ପ୍ରତୀକ ଅଟେ। ସମାଜର ପ୍ରତ୍ୟେକ ବର୍ଗ ଛଟ ଘାଟରେ ଏକାଠି ଠିଆ ହୋଇଛନ୍ତି, ଯାହା ଭାରତର ସାମାଜିକ ଏକତାର ସବୁଠାରୁ ସୁନ୍ଦର ଉଦାହରଣ। ସେ ସମସ୍ତ ଦେଶବାସୀଙ୍କୁ ବାର୍ତ୍ତା ଦେଇଥିଲେ ଯେ, ସେମାନେ ଦେଶ କିମ୍ବା ବିଶ୍ୱର ଯେଉଁଠାରେ ଥାଆନ୍ତୁ ନା କାହିଁକି, ସେମାନେ ଏହି ମହାନ ଛଟ ପର୍ବରେ ଅଂଶଗ୍ରହଣ କରିବା ଏବଂ ଏହାକୁ ଅନୁଭବ କରିବା ଉଚିତ। ସେ ବିଶେଷକରି ବିହାର, ଝାଡ଼ଖଣ୍ଡ ଏବଂ ପୂର୍ବାଞ୍ଚଳର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏଥିରେ ପ୍ରଧାନମନ୍ତ୍ରୀ ଅପରେଶନ ସିନ୍ଦୂର କଥା କହିବା ସହ ସ୍ବଦେଶୀ ଉତ୍ପାଦ କିଣିବାକୁ ଜନସାଧାରଣଙ୍କୁ ଆହ୍ବାନ ବି ଦେଇଛନ୍ତି। GSTକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉତ୍ସାହ ରହିଛି। ବଜାରରେ ସ୍ବଦେଶୀ ଜିନିଷ ପ୍ରତି ଆଗ୍ରହ ବଢିବାରେ ଲାଗିଛି କହିଛନ୍ତି ପ୍ରଧାନମନ୍ତ୍ରୀ ।

୨୦୧୪ରେ ପ୍ରଥମେ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri