୪୫ ମିନିଟ୍‌ ଧରି କଥାବାର୍ତ୍ତା ହେଲେ ମୋଦି-ପୁଟିନ୍‌, ଏହି ବିଷୟକୁ ନେଇ ଦୁହିିଁଙ୍କ ମଧ୍ୟରେ…

ନୂଆଦିଲ୍ଲୀ/ମସ୍କୋ,୧।୯: ଚାଇନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସାକ୍ଷାତ ନିରନ୍ତର ଖବରର ଶିରୋନାମାରେ ରହିଛି। ଏସସିଓ ସମ୍ମିଳନୀ ପରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ ଦେଖିବାକୁ ମିଳିଥିଲା। ତଥାପି, ଆଲୋଚନା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନ୍‌ କାର୍‌ରେ ୪୫ ମିନିଟ୍‌ ପାଇଁ କଥାବାର୍ତ୍ତା କରିଥିଲେ, ଯାହାର ଫଟୋ ପ୍ରଧାନମନ୍ତ୍ରୀ ମୋଦି ନିଜେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଶେୟାର କରିଛନ୍ତି।

ଚାଇନାର ତିଆନଜିନରେ SCO ସମ୍ମିଳନୀ ଶେଷ ହେବା ପରେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ପୁଟିନ୍‌ଙ୍କ ସାକ୍ଷାତ ଟିକିଏ ଦୂରରେ ଥିବା ଏକ ହୋଟେଲରେ ସ୍ଥିର ହୋଇଥିଲା। ଏପରି ପରିସ୍ଥିତିରେ, ପୁଟିନ୍‌ କେବଳ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କାରରେ ଅପେକ୍ଷା କରିନଥିଲେ, ବରଂ କାର୍ଯ୍ୟକ୍ରମରେ ପହଞ୍ଚିବା ପରେ ମଧ୍ୟ, ଉଭୟ ନେତା କାରରେ ବସି କଥାବାର୍ତ୍ତା କରୁଥିଲେ।

ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ବିଷୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ତିଆନଜିନରେ SCO ସମୟରେ ରାଷ୍ଟ୍ରପତି ପୁଟିନ୍‌ଙ୍କ ସହ ସାକ୍ଷାତ ବହୁତ ଭଲ ଥିଲା। ଆମେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବା ପାଇଁ ବାଣିଜ୍ୟ, ସାର, ମହାକାଶ, ସୁରକ୍ଷା ଏବଂ ସଂସ୍କୃତି ବିଷୟରେ ଆଲୋଚନା କରିଥିଲୁ। ଆମେ ୟୁକ୍ରେନରେ ଶାନ୍ତି ପୁନଃସ୍ଥାପନ କରିବା ସମେତ ଅନେକ ସ୍ଥାନୀୟ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିଥିଲୁ। ବିଶ୍ୱ ସ୍ଥିରତାରେ ଦୁଇ ଦେଶର ସୱତନ୍ତ୍ର ଏବଂ ରଣନୈତିକ ସହଭାଗୀତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri