Posted inଜାତୀୟ

ନ୍ୟୁୟର୍କରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜି ୟୁଏନ୍‌ରେ କରିବେ ଯୋଗ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ନ୍ୟୁୟର୍କର ଜେକେଏଫ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରାଯାଇଥିଲା। ୨୩ଜୁନ ପର୍ଯ୍ୟନ୍ତ ଆମେରିକା ସ୍ତରେ ରହିବେ ପ୍ରଧାନମନ୍ତ୍ରୀ ମୋଦି। ଏହି ସମୟରେ ପ୍ରଧାନମନ୍ତ୍ରୀ ଜାତିସଂଘରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହିତ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ରାତ୍ରୀ ଭୋଜନ କରିବେ।

ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନୁଯାୟୀ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଥମ ଲେଡି ଜିଲ ବାଇଡେନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ଆମେରିକାରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆମେରିକାର ଏନଏସସି ସଂଯୋଜକ ଷ୍ଟ୍ରାଟେଜିକ ଯୋଗାଯୋଗ ଜନ କିର୍ବି କହିଛନ୍ତି , ଏହି ଗସ୍ତ ଆମ ଦୁଇ ଦେଶ ମଧ୍ୟରେ ଥିବା ଦୃଢ ସମ୍ପର୍କକୁ ନିଶ୍ଚିତ କରିବ ଏବଂ ଆମର ରଣନୀତିକ ସହଭାଗିତାକୁ ଆହୁରି ଆଗକୁ ବଢାଇବ। ଭାରତୀୟମାନଙ୍କ ସହିତ, ଆମେ ଏକ ସୁରକ୍ଷିତ ଏବଂ ସମୃଦ୍ଧ ଇଣ୍ଡୋ-ପାସିଫିକ କ୍ଷେତ୍ରରେ ବିଶ୍ୱାସ କରୁ, ତେଣୁ ଆମର ପ୍ରତିରକ୍ଷା ସହଯୋଗରେ ଉନ୍ନତି ଆଣିବାର ଆବଶ୍ୟକତା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri