Posted inଜାତୀୟ

ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ମୋଦି: ଆହତଙ୍କୁ ଭେଟିଲେ

ଅହମଦାବାଦ,୧୩।୬: ଅହମଦାବାଦର ବିମାନ ଦୁର୍ଘଟଣାସ୍ଥଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗସ୍ତ କରିଛନ୍ତି। ସେ ଘଟଣାସ୍ଥଳର ସମୀକ୍ଷା କରିବା ପରେ ହସ୍ପିଟାଲ୍‌କୁ ଯାଇ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଏହି ଦୁର୍ଘଟଣାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ବୋଇଂ ସିଇଓ ପ୍ୟାରିସ ଏୟାରଶୋ’କୁ ତାଙ୍କର ଯାତ୍ରା ବାତିଲ କରିଛନ୍ତି।ନ୍ତ୍‌

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱାସ କୁମାର ରମେଶଙ୍କୁ ମଧ୍ୟ ଭେଟିବେ। ବିଶ୍ୱାସ କୁମାର ହେଉଛନ୍ତି ଏକମାତ୍ର ବ୍ୟକ୍ତି ଯିଏ ଏହି ଭୟଙ୍କର ଦୁର୍ଘଟଣାରୁ ବଞ୍ଚିଯାଇଛନ୍ତି। ତାଙ୍କର ମଧ୍ୟ ସିଭିଲ ହସ୍ପିଟାଲରେ ଚିକିତ୍ସା ଚାଲିଛି।

ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅହମଦାବାଦ ଆସି ବିଭିନ୍ନ ହସ୍ପିଟାଲ ପରିଦର୍ଶନ କରିଥିଲେ ଏବଂ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଥିଲେ। ବିମାନ ଦୁର୍ଘଟଣାକୁ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମନୋହର ନାଇଡୁ କହିଛନ୍ତି, ସେ ବ୍ୟକ୍ତିଗତ ଭାବେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ଅହମଦାବାଦ ବିମାନ ଦୁର୍ଘଟଣାର ତଦନ୍ତ କରିବା ପାଇଁ କେନ୍ଦ୍ର ସରକାର ଏକ ଉଚ୍ଚସ୍ତରୀୟ କମିଟିର ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri